ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି, ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକାଳେ ୱେଲ୍-ମାର୍କଡ ଲୋ-ପ୍ରେସରରେ ପରିଣତ ହୋଇଛି। ଆସନ୍ତା ୧୨ ଘଣ୍ଟାରେ ଏହା ଡିପ୍ରେସନର ରୂପ ନେଇପାରେ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ୪ ତାରିଖରେ ଉତ୍ତର ଆନ୍ଧ୍ର-ଦକ୍ଷିଣ ଓଡ଼ିଶା ନିକଟ ସମୁଦ୍ରରେ କେନ୍ଦ୍ରୀଭୂତ ହେବ। ଏହାପରେ ଏହା ଦିଗ ପରିବର୍ତ୍ତନ କରିବ। ତେବେ ଏହା କେଉଁଆଡ଼େ ମୁହାଁଇବ, ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନି। ଡିପ୍ରେସନରେ ପରିଣତ ହେବା ପରେ ଏ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିବ।