ଓଡିଶା

ରାଜନୀତିରେ ଗୋଟିଏ ଯୁଗର ଅବସାନ ଘଟିଲା ! ଆଉ ନାହାନ୍ତି ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକ

ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କର ଆଜି ଭୁବନେଶ୍ୱର ସ୍ଥିତ ବାସଭବନରେ ପରଲୋକ ହୋଇଛି । ଏ ନେଇ ତାଙ୍କ ଝିଅ ଅନୀତା ଶୁଭଦର୍ଶିନୀ ସୂଚନା ଦେଇଛନ୍ତି । ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଜନସେବାରେ ନିଜକୁ ନିୟୋଜିତ କରିଥିଲେ । ଗଞ୍ଜାମ ଜିଲ୍ଲା ତଥା ଓଡିଶାର ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଥିଲା । ରାମକୃଷ୍ଣଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି ।

ଏହା ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି । ଧର୍ମେନ୍ଦ୍ର କହିଛନ୍ତି, ବରିଷ୍ଠ ରାଜନେତା ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ଅନୁଭବୀ ରାଜନୀତିଜ୍ଞ ଓ ଦକ୍ଷ ମଣିଷକୁ ହରାଇଲା । ସେହିଭଳି ପିସିସି ସଭାପତି ମଧ୍ୟ ରାମକୃଷ୍ଣଙ୍କ ବିୟୋଗରେ ଶୋକବ୍ୟକ୍ତ କରିବା ସହ ଶୋକସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି ।


କୋଦଳା ନିର୍ବାଚନ ମଣ୍ଡଳୀରୁ ସେ ବହୁବାର ନିର୍ବାଚିତ ହୋଇ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଥିଲେ । ବିଜୁ ପଟ୍ଟନାୟକଙ୍କ ଅମଳରୁ ସେ ରାଜନୀତିରେ ସକ୍ରିୟ ଥିଲେ । ସେହି ସମୟରେ ପାୱାରଫୁଲ ମନ୍ତ୍ରୀ ଥିବା ରାମକୃଷ୍ଣ ନବୀନ ସରକାରରେ ମଧ୍ୟ ମନ୍ତ୍ରୀ ରହିଥିଲେ । ନବୀନ ପଟ୍ଟନାୟକଙ୍କ ପ୍ରଥମ ମୁଖ୍ୟମନ୍ତ୍ରୀତ୍ୱ କାଳରେ ସେ ଅର୍ଥ ମନ୍ତ୍ରୀ ହୋଇଥିଲେ । ଭିନ୍ନ ଭିନ୍ନ ସମୟରେ ସେ ଯଥାକ୍ରମେ ଉତ୍କଳ କଂଗ୍ରେସ, ଜନତା ପାର୍ଟି, ଜନତା ଦଳ ଓ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୧୯୭୧ରେ ପ୍ରଥମ ଥର ବିଧାୟକ ହୋଇ ସେ ସ୍ୱାସ୍ଥ୍ୟମନ୍ତ୍ରୀ ହୋଇଥିଲେ । ଏପରିକି ୧୯୯୬ରୁ ୧୯୯୭ ଯାଏଁ ବିରୋଧର ଦଳ ନେତା ରହିଥିଲେ ରାମକୃଷ୍ଣ । କ୍ୟାରିଅରର ଶେଷ ଭାଗରେ ସେ ବିଜେପିରେ ଯୋଗ ଦେଇଥିଲେ ।

ରାମକୃଷ୍ଣ ପଟ୍ଟନାୟକଙ୍କ ମୃତ୍ୟୁ ଯୋଗୁ ଗଞ୍ଜାମ ଜିଲ୍ଲା ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି । ତାଙ୍କ ବିୟୋଗ ଖବର ପ୍ରଚାରିତ ହେବା ପରେ ବହୁ ରାଜନେତା ଓ ବ୍ୟକ୍ତିବିଶେଷ ତାଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ତାଙ୍କର ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ସେହିପରି ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଓ ବିକ୍ରମ କେଶରୀ ଆରୁଖ ପ୍ରମୁଖ ଦୁଃଖ ପ୍ରକାଶ କରିଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ବିଜେପିର ବରିଷ୍ଠ ବିଜୟ ମହାପାତ୍ର ପ୍ରମୁଖ ଶୋକ ପ୍ରକାଶ କରି କହିଛନ୍ତି ଯେ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗ ଓଡ଼ିଶା ରାଜନୀତି ପାଇଁ ଏକ ଅପୂରଣୀୟ କ୍ଷତି । ଓଡ଼ିଶା ରାଜନୀତିରେ ତାଙ୍କ ପରି ରାଜନେତା ସୃଷ୍ଟି ହେବା ଅସମ୍ଭବ । ତାଙ୍କ ବିୟୋଗରେ ଏକ ଯୁଗର ଅବସାନ ଘଟିଲା ।

ତେବେ ଜନ୍ମମାଟି କୋଦଳାକୁ ତାଙ୍କ ମୃତଦେହକୁ ନିଆଯିବ । ସେଠାରେ ଲୋକେ ଶେଷ ଦର୍ଶନ କରିବା ପରେ ପୁରୀରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ସୂଚନା ମିଳିଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା