ଓଡିଶା

ଜାନୁଆରୀ ୧୦ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଜାନୁଆରୀ ୧୦ ରୁ ରାଜ୍ୟର ୧୧ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ ଓଡିଶାର ପ୍ରାୟ ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି । ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ନେଇ ସୂଚନା ମିଳିଛି । ସୂଚନା ଅନୁଯାୟୀ, ୧୦ ତାରିଖରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ବର୍ତ୍ତମାନ ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ତେବେ ୧୦ ତାରିଖରୁ ବର୍ଷା ଯୋଗୁଁ ଶୀତର ପରିମାଣ କମିପାରେ ବୋଲି କୁହାଯାଇଛି । କୁହୁଡି ମଧ୍ୟ ରହିବ, ତେବେ ପରେ ଏହା ଧିରେ ଧିରେ କମିବ । ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକଙ୍କ କହିବା ଅନୁଯାୟୀ, ଜାନୁଆରୀ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା