ଓଡିଶା ମନୋରଞ୍ଜନ

ଆରପାରିରେ ବର୍ଷିୟାନ ଅଭିନେତା ମିହିର ଦାସ

ପରଲୋକରେ ବର୍ଷିୟାନ ଅଭିନେତା ମିହିର ଦାସ । ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା । ଓଲିଉଡର କାକା ଭାବେ ପରିଚିତ ଭେଟରାନ ଅଭିନେତା ମିହିର ଦାସଙ୍କ ଘର ମୟୂରଭଞ୍ଜ ଜିଲ୍ଲାରେ । ପ୍ରଥମ ଆର୍ଟ ଫିଲ୍ମ ‘ସ୍କୁଲ୍‌ ମାଷ୍ଟର’ରେ ଅଭିନୟ କରିବା ପରେ ସେ ଆଉ ପଛକୁ ଫେରି ନାହାନ୍ତି । ଗୋଟିଏ ପରେ ଗୋଟିଏ ହିଟ୍‌ ବ୍ୟବସାୟିକ ଫିଲ୍ମରେ ଅଭିନୟ କରି ଓଲିଉଡରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ଏହି ବର୍ଷିୟାନ ଅଭିନେତା । ପ୍ରଥମ ବ୍ୟବସାୟିକ ଫିଲ୍ମ ୧୯୭୯ ମସିହାରେ ‘ମଥୁରା ବିଜୟ’ ରିଲିଜ ହେବା ପରେ ସେ ରାତାରାତି ଷ୍ଟାର ପାଲଟିଯାଇଥିଲେ । ତାଙ୍କ ପରଲୋକରେ ଓଡ଼ିଆ ସିନେ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି ।

ଦୀର୍ଘ ତିନି ଦଶନ୍ଧି ଧରି ସେ ଓଲିଉଡ ଜଗତରେ ରାଜ କରୁଥିଲେ । ‘ଲକ୍ଷ୍ମୀ ପ୍ରତିମା’ ପାଇଁ ୧୯୯୮ ଓ ‘ଫେରିଆ ମୋ ସୁନା ଭଉଣୀ’ ପାଇଁ ତାଙ୍କୁ ଶ୍ରେଷ୍ଠ ଅଭିନେତା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲା । ସେହିପରି ୨୦୦୨ରେ ‘ରାକ୍ଷୀ ବାନ୍ଧିଲି ମୋ ରଖିବ ମାନ’ ଓ ୨୦୧୦ରେ ‘ପ୍ରେମ ଅଢ଼େଇ ଅକ୍ଷର’ ପାଇଁ ତାଙ୍କୁ ଶ୍ରେଷ୍ଠ ପାର୍ଶ୍ୱ ଅଭିନେତା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି । ତାଙ୍କ ଅଭିନୟ ବଳରେ ସେ ଅନେକଙ୍କ ହୃଦୟରେ ସ୍ଥାନ ତିଆରି କରିପାରିଛନ୍ତି । ଏଭଳି ମହାନ୍ କଳାକାରଙ୍କ ବିୟୋଗରେ ଫ୍ରି ଟୁ ସ୍ପିକ୍ ପରିବାର ପକ୍ଷରୁ ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା