ଦେଶ ବିଦେଶ

ଫେବୃଆରୀ ପହିଲାରେ ସଂସଦରେ ଆଗତ ହେବ କେନ୍ଦ୍ରୀୟ ବଜେଟ

ଚଳିତ ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ଏ ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ଫେବୃଆରୀ ପହିଲାରେ ସଂସଦରେ ଆଗତ ହେବ କେନ୍ଦ୍ରୀୟ ବଜେଟ । ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ ସଂସଦରେ ଚଳିତ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ । ଏହା ଏପ୍ରିଲ ୮ ତାରିଖ ଯାଏ ଚାଲିବ । ପ୍ରଥମ ଦିନ ଅର୍ଥାତ୍ ଜାନୁଆରୀ ୩୧ରେ ସଂସଦରେ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି । ତେବେ ଦୁଇଟି ପର୍ଯ୍ୟାୟରେ ବସିବ ସଂସଦର ବଜେଟ ଅଧିବେଶନ ।

ପ୍ରଥମ ପର୍ଯ୍ୟାୟ ଅଧିବେଶନଟି ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୧ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୪ ରୁ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ତେବେ ଏହି ଅଧିବେଶନରେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିବା ସହିତ କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ମଧ୍ୟ ଆଲୋଚନା କରିପାରନ୍ତି ବୋଲି ସୂଚନା ମିଳିଛି । ଲଗାତର ୪ର୍ଥ ବର୍ଷ ପାଇଁ ସଂସଦରେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି ନିର୍ମଳା ସୀତାରମଣ । ଏଥି ନିମନ୍ତେ ଜୋରସୋରରେ ଚାଲିଛି ପ୍ରସ୍ତୁତି । ଦେଶରେ ଏବେ କରୋନା ମାମଲା ବଢ଼ି ଚାଲିଥିବା ବେଳେ ଏପରି ଘଡ଼ିସନ୍ଧି ମୁହୂର୍ତ୍ତରେ ଆରମ୍ଭ ହେବାକୁ ଯାଉଛି ବଜେଟ ଅଧିବେଶନ ।

ଅପରପକ୍ଷେ ସଂସଦର କିଛି କର୍ମଚାରୀ କୋଭିଡ୍ ପଜିଟିଭ୍ ଚିହ୍ନଟ ହେବା ପରେ, ବଜେଟ୍ ଅଧିବେଶନକୁ ନେଇ ଆଶା ଆଶଙ୍କା ଲାଗି ରହିଥିଲା । କରୋନା ସଂକ୍ରମଣ ଭୟ ଭିତରେ ବଜେଟ ଅଧିବେଶନ କିଭଳି ବସିବ ତାକୁ ନେଇ ରାଜନୀତି କରିଡରରେ ବେଶ ଆଲୋଚନା ମଧ୍ୟ ହୋଇଥିଲା । ହେଲେ ଏହାରି ଭିତରେ ଜାନୁଆରୀ ୩୧ ତାରିଖରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ ବ୍ୟବସାୟ

କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ଏକ ସାମୂହିକ ପ୍ରୟାସ ହେବା ଆବଶ୍ୟକ: ନିର୍ମଳା ସୀତାରମଣ |

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ପାଇଁ ସାମୂହିକ ପ୍ରୟାସ ଆବଶ୍ୟକ, କାରଣ ଟେକ୍ନୋଲୋଜି କ୍ରମାଗତଭାବେ ବିକଶିତ ହେଉଛି ଏବଂ ବଦଳୁଛି
ଦେଶ ବିଦେଶ

କର୍ଣ୍ଣାଟକରେ ଓମିକ୍ରନ୍ ଭୟ: ମଲ୍, ସିନେମା ହଲ୍ ପରିଦର୍ଶନ ପାଇଁ ଦୁଇଟି ଡୋଜ୍ ଜରୁରୀ | ବିଦ୍ୟାଳୟଗୁଡ଼ିକ ପାଇଁ ମଧ୍ୟ ନୂତନ ନିୟମ |

କର୍ଣ୍ଣାଟକ ସରକାର ଶୁକ୍ରବାର ଦିନ ମଲ, ପ୍ରେକ୍ଷାଳୟ ଏବଂ ସିନେମା ହଲ ପାଇଁ ବାଧ୍ୟତାମୂଳକ କରିଛନ୍ତି ଯେ କେବଳ ସେହି ପରିଦର୍ଶକଙ୍କୁ କୋଭିଡ -19 ଟିକା ନେଇଛନ୍ତି।