ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି

ରାଜ୍ୟରେ ବଢ଼ିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା । ଶନିବାର ରାଜ୍ୟର ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ସହିତ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି । ଏନେଇ ଆଜି ଆଇଏଲ୍ଏସ୍ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ତିନି ଦିନ ହେଲା ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧୦,୮୫୬ ସଂକ୍ରମିତ । ଖୋର୍ଦ୍ଧାରୁ ୩,୦୮୭, ସୁନ୍ଦରଗଡରୁ ୧,୯୪୩, କଟକରୁ ୯୦୯, ବାଲେଶ୍ୱରରେ ୩୨୬ ରୋଗୀ ଚିହ୍ନଟ ହୋଇଛନ୍ତି ।
ଅନ୍ୟପକ୍ଷରେ ଦେଶରେ ମଧ୍ୟ ଓମିକ୍ରନ ସଂଖ୍ୟା ବଢ଼ୁଛି । ଦିଲ୍ଲୀରେ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଥିବା ସୂଚନା ମିଳିଛି । ଓମିକ୍ରନର ଗୋଷ୍ଠୀ ସଂକ୍ରମଣକୁ ନେଇ ମିଳିଛି କ୍ଲିନିକାଲ୍ ପ୍ରମାଣ ।