ଅଳ୍ପ ସଂଖ୍ୟକ ସମର୍ଥକଙ୍କ ସହ ପ୍ରାର୍ଥୀପତ୍ର ଦାଖଲ କରୁଛନ୍ତି ପ୍ରାର୍ଥୀ

ଆଗାମୀ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଜିଲ୍ଲା ପରିଷଦ ପ୍ରାର୍ଥୀମାନେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀ ପତ୍ର ଦାଖଲ କରୁଥିବା ବେଳେ ବ୍ଳକ ମାନଙ୍କରେ ସମିତି ସଭ୍ୟ ଓ ପଂଚୟତ କାର୍ଯ୍ୟାଳୟରେ ସରପଞ୍ଚ ଓ ୱାର୍ଡ ମେମ୍ବର ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ରାଜ୍ୟ ସରକାରଙ୍କ କରୋନା କଟକଣା ମାନି ଅଳ୍ପ ସଂଖ୍ୟକ ସମର୍ଥକଙ୍କୁ ନେଇ ନାମାଙ୍କନ ପତ୍ର ଦାଖଲ କରୁଛନ୍ତି ପ୍ରାର୍ଥୀ ।
ତିର୍ତ୍ତୋଲ ଓ କୁଜଙ୍ଗ ବ୍ଲକର ବିଭିନ୍ନ ଯୋନରୁ ଜିଲ୍ଲା ପରିଷଦ ପ୍ରାର୍ଥୀମାନେ ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ସେହିପରି ବ୍ଲକ କାର୍ଯ୍ୟାଳୟରେ ବିଭିନ୍ନ ପଂଚାୟତ ସମିତି ସଭ୍ୟ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ପଂଚାୟତ କାର୍ଯ୍ୟାଳୟରେ ସରପଞ୍ଚ ଓ ୱାର୍ଡ ମେମ୍ବର ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । କୋଭିଡ କଟକଣା ମାନିବା ସହିତ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ସମସ୍ତ ସ୍ଥାନରେ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଜିଲ୍ଲାରେ ୧୫୭୭ ଜଣ ୱାର୍ଡ ମେମ୍ବର, ୨୨୪ ଜଣ ସରପଞ୍ଚ, ୧୮୧ ଜଣ ସମିତି ସଭ୍ୟ ଓ ୮ ଜଣ ଜିଲ୍ଲା ପରିଷଦ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଆଗାମୀ ଦିନରେ ଜିଲ୍ଲା ତଥା ପଂଚାୟତର ଉନ୍ନତି ଓ ସାଧାରଣ ଲୋକଙ୍କ ସମସ୍ୟା ଦୂର କରିବା ପାଇଁ ପ୍ରତିଶୃତି ବଦ୍ଧ ବୋଲି ପ୍ରାର୍ଥୀମାନେ କହିଛନ୍ତି ।
ଜଗତସିଂହପୁରରୁ ଶ୍ରୀ ରାଜ ସାହୁ