ଓଡିଶା

ଚାଲିଛି ଭୋଟ ଗଣତି, ଆଗରେ ରହିଛି ବିଜେଡି

ଆଜିଠୁ ଆରମ୍ଭ ହୋଇଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି । ଆସନ୍ତା ୩ଦିନ ଧରି ପଂଚାୟତ ନିର୍ବାଚନର ଭୋଟଗଣତି ଜାରି ରହିବ । ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନ୍‌ରେ ଗଣତି ଚାଲିଛି । ତେବେ ବର୍ତ୍ତମାନ ସୁଦ୍ଧା ବିଜେଡି ଆଗରେ ରହିଥିବା ଜଣାପଡିଛି । ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ଆରମ୍ଭ ହୋଇଛି ଗଣତି । ପ୍ରତି ପଞ୍ଚାୟତ ପାଇଁ ଗଣତି ସକାଶେ ଗୋଟିଏ ଟେବୁଲ ବ୍ୟବସ୍ଥା ହୋଇଛି । ପ୍ରତି ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର ଓ ୨ ଜଣ ଲେଖାଏଁ କାଉଣ୍ଟିଂ ଆସିଷ୍ଟାଣ୍ଟ ଦାୟିତ୍ୱରେ ଅଛନ୍ତି । ସହାୟତା ପାଇଁ ଜଣେ ଚତୁର୍ଥଶ୍ରେଣୀ କର୍ମଚାରୀ ମଧ୍ୟ ଅଛନ୍ତି । ରଙ୍ଗ ଅନୁସାରେ ବାଲାଟ୍ ପେପର ସର୍ଟିଂ ପରେ ଚାଲିଛି ଗଣତି ।

ତିନିଦିନରେ ୧ଲକ୍ଷ ୫୬ ହଜାର ୭୫୩ ଓ୍ୱାର୍ଡମେମ୍ବର, ୩୨ ହଜାର ୮୬୦ ସରପଞ୍ଚ, ୨୭ ହଜାର ୩୪ ସମିତି ସଭ୍ୟ ଓ ୩ ହଜାର ୩୩୯ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ତେବେ ଆସନ୍ତାକାଲି ୩୦୭ ଓ ତା ପରଦିନ ୨୨୯ ଜିଲ୍ଲା ପରିଷଦ ଜୋନ୍‌ରେ ଭୋଟ୍ ଗଣତି ହେବ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା