ଆହୁରି ୩ ଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇପାରେ

ରାଜ୍ୟରେ ଆହୁରି ୩ ଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇପାରେ । ଆସନ୍ତାକାଲିଠାରୁ ଉତ୍ତର-ପଶ୍ଚିମ ତଥା ପଶ୍ଚିମ ଦିଗରୁ ରାଜ୍ୟକୁ ଉତ୍ତପ୍ତ ଶୁଷ୍କବାୟୁ ପ୍ରବାହିତ ହେବାର ସମ୍ଭାବନା ରହିଛି । ଫଳରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇପାରେ । ତେଣୁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସୋମବାର ଦିନ ରାଜ୍ୟର ୭ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ସେଥିମଧ୍ୟରୁ ବଲାଙ୍ଗୀର ସହର ୪୧ ଡିଗ୍ରି ତାପମାତ୍ରା ସହ ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି । ରାଜଧାନୀ ଭୁବନେଶ୍ବରର ସର୍ବାଧିକ ତାପମାତ୍ରା ୩୭.୨ଡିଗ୍ରୀ ରେକର୍ଡ ହୋଇଛି ।