ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ବେଗୁନିଆପଡା ଫାଣ୍ଡିରେ ଅଭିଯୋଗ

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ଅଙ୍ଗାର ଗାଁରେ ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡିଛି । ଆହତ ହୋଇଥିବା ଯୁବକଙ୍କ ନାମ ଦିଲ୍ଲୀପ କୁମାର ଜେନା । ସୂଚନା ଅନୁସାରେ ରାତିରେ ଅଙ୍ଗାରଗାଁ ବଜାର ଉପରେ କିଛି ଦୁର୍ବୁତ୍ତ ଦିଲ୍ଲୀପଙ୍କୁ କୌଣସି ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଫେରାର ହୋଇଯାଇଥିଲେ । ପରେ ଖବର ପାଇ ବେଗୁନିଆପଡା ଫାଣ୍ଡି ଅଧିକାରୀ ସଂଗ୍ରାମ ଦେହୁରୀ ଘଟଣା ସ୍ଥଳରେ ପହଞ୍ଚି ଆହତ ଦିଲ୍ଲୀପଙ୍କୁ ଆମ୍ବୁଲାନ୍ସ ଯୋଗେ ମେଡିକାଲକୁ ପଠାଇଥିଲେ । ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଏ ନେଇ ଆହତ ଦିଲ୍ଲୀପଙ୍କ ବାପା ରଙ୍କନାଥ ଜେନା 2 ଜଣଙ୍କ ନାମରେ ବେଗୁନିଆପଡା ଫାଣ୍ଡିରେ ଏତଲା ଦେଇଛନ୍ତି । ପୋଲିସ ଘଟଣାର ତଦନ୍ତ କରୁଥିବା ବେଳେ ଅଭିଯୁକ୍ତଙ୍କୁ ଖୁବଶୀଘ୍ର ଧରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।
ବେଗୁନିଆପଡାରୁ ବାପୁନି କୁମାର ମାଲୁ