ବଢୁଛି ତାପମାତ୍ରା, ୮ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

ଆଜିଠୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଦିନର ସବୋର୍ଚ୍ଚ ତାପମାତ୍ରା ପାଖାପାଖି ୨ରୁ ୩ଡିଗ୍ରୀ ବଢ଼ିବା ସହ କିଛି ସ୍ଥାନରେ ୪୨ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି । ଆଗାମୀ ୪ ଦିନ ଲାଗି ରାଜ୍ୟର ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।
ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପାଣିପାଗ ବିଶେଷଜ୍ଞ କହିବାନୁସାରେ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ସମସ୍ତ ଜିଲ୍ଲାରେ ସର୍ବାଧିକ ତାପମାତ୍ରା ଆସନ୍ତା ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ କ୍ରମଶଃ ବଢ଼ିବ । ତାପମାତ୍ରା ସ୍ୱାଭାବିକଠାରୁ ପ୍ରାୟ ୧ରୁ ଦେଢ଼ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ।