ଓଡିଶା

୮୭ ବର୍ଷରେ ପାଦ ଥାପିଛି ଓଡିଶା ପ୍ରଦେଶ…ରାଜ୍ୟ ପାଳୁଛି ଉତ୍କଳ ଦିବସ

ଆଜି ହେଉଛି ଉତ୍କଳ ଦିବସ । ସାରା ରାଜ୍ୟ ପାଳୁଛି ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟର ପ୍ରତିଷ୍ଠା ଦିବସ । ୧୯୩୬ ମସିହା ଏପ୍ରିଲ ୧, ଆଜିର ଦିନରେ ଗଠନ ହୋଇଥିଲା ଓଡ଼ିଶା ପ୍ରଦେଶ । ଭାରତ ମାନଚିତ୍ରରେ ଆଙ୍କି ହୋଇଥିଲା ଜଗନ୍ନାଥ ସଂସ୍କୃତିର ଏହି ଭୂଇଁ । ଇତି ମଧ୍ୟରେ ଓଡ଼ିଶା ୮୭ ବର୍ଷରେ ପାଦ ଥାପିଛି ।

ଓଡ଼ିଆ ଭାଷା ମଧ୍ୟ ଶାସ୍ତ୍ରୀୟ ମାନ୍ୟତା ପାଇଛି । ଓଡ଼ିଆ ଲୋକେ ନିଜର ପ୍ରତିଭା, ଦକ୍ଷତା, ସାହସକୁ ଦେଶ ତଥା ବିଦେଶରେ ପ୍ରମାଣିତ କରିଛନ୍ତି । ତେଣୁ ଆଜି ପ୍ରତିଟି ଓଡ଼ିଶାବାସୀ ମୁଁ ଓଡ଼ିଆ କହି ନିଜକୁ ଗୌରବାନ୍ବିତ କରୁଛନ୍ତି ।

ଏହି ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ଖୁସି ଓ ସୁସ୍ଥ ଜୀବନ କାମନା କରିଛନ୍ତି । ଏହା ସହ ଓଡିଶାର ଅନନ୍ୟ ସଂସ୍କୃତିକୁ ଶତତ ସମ୍ମାନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।

ଓଡ଼ିଶାବାସୀଙ୍କୁ ଭିଡିଓ ବାର୍ତା ମାଧ୍ୟମରେ ଉତ୍କଳ ଦିବସର ଶୁଭକାମନା ଜଣାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସ୍ୱତନ୍ତ୍ର ଉକ୍ରଳ ପ୍ରଦେଶ ଗଠନର ମହାନ ପୁରୋଧାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । 

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା