ଓଡିଶା

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ଆଇଏଏସ୍ ବୀର ବିକ୍ରମ ଯାଦବ

ଓଏଏସ୍ ସ୍ତରରେ ଅଦଳବଦଳ ପରେ ଏବେ ଆଇଏଏସ୍ ସ୍ତରରେ ହୋଇଛି ଅଦଳବଦଳ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଆଇଏଏସ୍ ବୀର ବିକ୍ରମ ଯାଦବଙ୍କୁ ଦାୟିତ୍ୱ ଦେଲେ ରାଜ୍ୟ ସରକାର । ବର୍ତ୍ତମାନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ତୁଲାଉଥିବା ଆଇଏଏସ୍ କ୍ରିଷନ୍ କୁମାର ଏହି ଦାୟିତ୍ୱରୁ ବିଦାୟ ନେବା ପରେ ତାଙ୍କ ସ୍ଥାନରେ ବୀର ବିକ୍ରମ ଯାଦବ ଏହି ପଦ ସମ୍ଭାଳିବେ । ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗର ପ୍ରମୁଖ ସଚିବ ପଦରେ ଅଛନ୍ତି ଆଇଏଏସ୍ ବୀର ବିକ୍ରମ ଯାଦବ । ବର୍ତ୍ତମାନ ଏହି ଦାୟିତ୍ୱ ସହିତ ସେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମଧ୍ୟ ତୁଲାଇବେ ।

ସେହିପରି ନିକୁଞ୍ଜ କିଶୋର ସୁନ୍ଦରରାୟଙ୍କୁ ପବ୍ଲିକ୍ ଏଣ୍ଟରପ୍ରାଇଜେସ୍ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ଜାୟିତ୍ବ ମିଳିଛି । କେନ୍ଦ୍ରୀୟ ଡେପୁଟେସନରୁ ଫେରିବାପରେ ମୋନା ଶର୍ମାଙ୍କ ବଦଳରେ ତାଙ୍କୁ ଏହି ନିଯୁକ୍ତି ମିଳିଛି । ଅପରପକ୍ଷେ ଶୁଭମ୍ ସକ୍କେନାଙ୍କୁ ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ସେ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଳାଇବେ । ଏପଟେ ଆଇଏଫ୍ଏସ୍ ସଞ୍ଜିବ କୁମାର ଚଢ଼ା ଏଗ୍ରିକଲ୍ଚର ଓ ମାର୍କେଟିଂ ନିର୍ଦ୍ଦେଶକ ଭାବେ ଜାୟିତ୍ବ ନିର୍ବାହ କରିବା ସହ ସମନ୍ୱୟ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା