ଓଡିଶା

୭୪ ବର୍ଷରେ ପାଦ ଥାପିଲା ରାଜଧାନୀ

ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ୭୪ ବର୍ଷରେ ପାଦ ଥାପିଲା ରାଜଧାନୀ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି । ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ ହୋଇଛି ରାଜଧାନୀ । ରାସ୍ତାଘାଟଠୁ ନେଇ ଆଲୋକୀକରଣ, ଲୋକଙ୍କ ଜୀବନଶୈଳୀ ସବୁକିଛି ବଦଳିଛି ଏହି ୭୪ ବର୍ଷ ମଧ୍ୟରେ ।

ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ । ୧୯୪୬ ମସିହାରେ ଭୁବନେଶ୍ୱରକୁ ଏକ ମନହୋର ନଗରୀରେ ଗଢ଼ି ତୋଳିବାର ନକ୍ସା ପ୍ରସ୍ତୁତ କରିଥିଲେ ଜର୍ମାନୀର ସ୍ଥପତି ଓ ପ୍ଲାନର “ଅଟୋ କଏନ୍ସବର୍ଗର” । ୧୯୪୮ ମସିହା ଏପ୍ରେଲ୧୩ରେ ଭୁବନେଶ୍ୱରରେ ନୂଆ ରାଜଧାନୀର ପ୍ରତିଷ୍ଠା ଫଳକ ତତ୍କାଳିନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ କରକମଳରେ ସ୍ଥାପିତ ହୋଇଥିଲା । ସେହି ପ୍ରତିଷ୍ଠା ଫଳକଟି ବର୍ତ୍ତମାନ ବିଧାନସଭା ସନ୍ନିକଟ ପାଚେରୀ ନିକଟରେ ଲାଗିଛି ।

ଐତିହ୍ୟ ସହର ଭାବେ ପରିଚିତ ଭୁବନେଶ୍ୱର ଏବେ ଅତ୍ୟାଧୁନିକ । ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ସ୍ପୋଟର୍ସର ହବ୍ ଭାବେ ବି ବେଶ ପରିଚିତ ।  ରୋଜଗାର ପାଇଁ  ବି ଅନେକ ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଛି ଭୁବନେଶ୍ୱର ।

ଚଳିତ ବର୍ଷ ତିନି ଦିନ ଧରି ପ୍ରତିଷ୍ଠା ଦିବସ ପାଳନ କରାଯିବ । ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି, ସୂଚନା ଓ ଲୋକସଂପର୍କ ବିଭାଗ, ଜିଲ୍ଲା ପ୍ରଶାସନ ଏବଂ ବିଏମସି ପକ୍ଷରୁ ମିଳିତ ଭାବେ ଏହାକୁ ପାଳନ କରାଯିବ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ଏଥିପାଇଁ ଲୋୟର ପିଏମଜିରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା