ଓଡିଶା ଦେଶ ବିଦେଶ

କାଲିଠୁ ରାଜ୍ୟରେ ତାତିରୁ ମିଳିବ ନିସ୍ତାର, ସପ୍ତାହ ଯାଏଁ ଦେଶର ବିଭିନ୍ନ ସ୍ଥାନରେ ହିଟ୍ ୱେଭ ଜାରି

ରାଜ୍ୟରେ କ୍ରମାଗତ ଗ୍ରୀଷ୍ମପ୍ରବାହ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ହେଲେ କାଲିଠୁ ଅସହ୍ୟ ତାତିରୁ ଆଶ୍ବସ୍ତି ମିଳିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ ବିଭାଗର ସୂଚନା ଅନୁସାୟୀ, ବଙ୍ଗୋପସାଗରର ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରୁ ଜଳୀୟବାଷ୍ପ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ କାଲିଠୁ ଆସନ୍ତା ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ୨ରୁ ୩ ଦିନ ମଧ୍ୟରେ ୨ ଡିଗ୍ରୀ ଯାଏଁ ତାପମାତ୍ରା ଖସିବ ।

ଅପରପକ୍ଷେ ମେ’ ପ୍ରଥମ ସପ୍ତାହ ଯାଏଁ ଦେଶର ବିଭିନ୍ନ ସ୍ଥାନରେ ହିଟ୍ ୱେଭ ଜାରି ରହିବ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।  ଶୁକ୍ରବାର ୪୭.୪ ଡିଗ୍ରୀ ସେଲସିଅସ୍ ସହ ଉତ୍ତରପ୍ରଦେଶର ବୋଣ୍ଡା ଦେଶର ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି । ଭାରତୀୟ ପାଣିପାଗ ବିଭାଗ କହିଛି ଆଗାମୀ ୫ ଦିନ ଯାଏଁ ଦେଶର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରୀ ଉପରେ ରହିବ । ରାଜସ୍ଥାନ, ଗୁଜୁରାଟ, ଦିଲ୍ଲୀ, ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ, ପଞ୍ଜାବ, ହରିଆଣା, ଛତିଶଗଡ, ତେଲେଙ୍ଗାନା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ ସହ ଓଡିଶାର ବିଭିନ୍ନ ଜିଲ୍ଲାରେ ତାତିର ପ୍ରକୋପ ରହିଛି ।

ଗତକାଲି ବୌଦ୍ଧ ଜିଲ୍ଲା ଉତ୍ତପ୍ତ ସହର ପାଲଟିଥିଲା । ବୌଦ୍ଧର ତାପମାତ୍ରା ୪୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା । ଗତକାଲି ୨୫ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଥିବାବେଳେ ୯ଟି ସହରରେ ୪୩ ଡିଗ୍ରୀ ଉପରେ ଥିଲା । ସେହିପରି ୪୪ ଡିଗ୍ରୀ ଉପରେ ରହିଥିଲା ୫ଟି ସହରର ତାପମାତ୍ରା ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା