ଆଜି ବି ଜାରି ରହିବ କାଳବୈଶାଖୀ ତାଣ୍ଡବ !

ରାଜ୍ୟରେ ଆଜି ବି ଜାରି ରହିବ କାଳବୈଶାଖୀ ତାଣ୍ଡବ । ଏ ନେଇ ୨୨ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । କାଳବୈଶାଖୀ ପ୍ରଭାବରେ କିଛି ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି ।
କାଳବୈଶାଖୀ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ୬ଟି ଜିଲ୍ଲା ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ପୁରୀରେ ବର୍ଷା, ପବନ ଓ ଘଡ଼ଘଡ଼ି ଲାଗି ରହିଛି । ଗତକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି ।