ଓଡିଶା ଟ୍ରେଣ୍ଟିଂ

ସୃଷ୍ଟ ଲଘୁଚାପ ଆସନ୍ତା ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବା ସମ୍ଭାବନା

ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ସମ୍ଭବତଃ ୮ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବା ସମ୍ଭାବନା ହୋଇପାରେ । ତେବେ ଆସନ୍ତା ୧୦ ତାରିଖ ସୁଦ୍ଧା ଏହା ଉପକୂଳ ଛୁଇଁବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅପରପକ୍ଷେ ନିର୍ଦ୍ଧିଷ୍ଟ କେଉଁ ସ୍ଥାନରେ ବାତ୍ୟା ଲ୍ୟାଣ୍ଡଫଲ କରିବ ସେ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ । ଲଘୁଚାପ ବାତ୍ୟାରେ ପରିଣତ ହେବାପରେ ଏହାର ଗତିପଥ ଓ ପ୍ରଭାବ ବାବଦରେ ସ୍ପଷ୍ଟ ସୂଚନା ମିଳିପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ସମ୍ଭାବ୍ୟ ବାତ୍ୟା ଅବପାତର ରୂପ ନେବା ସମୟରେ ଆଣ୍ଡାମାନ ସାଗର ଅଞ୍ଚଳ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପ୍ରାୟ ୪୦ରୁ ୫୦ କିମି ବେଗରେ ପବନ ପ୍ରବାହିତ ହେଉଛି ।  ଧିରେ ଧିରେ ଏହା ବଢ଼ିବ । ଗତ କିଛି ଦିନ ଧରି ଦେଖାଯାଉଥିବା ମେଘଖଣ୍ଡଗୁଡ଼ିକ ଏକତ୍ରିତ ହୋଇ ଘୂର୍ଣ୍ଣୟମାନ ଗତିରେ ରହୁଛନ୍ତି । ଏହା ଧିରେ ଧିର ବୃଦ୍ଧିପାଇ ୮ ତାରିଖ ବେଳକୁ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପବନର ବେଗ ୫୫ରୁ ୬୫ ଓ ସର୍ବାଧିକ ୭୫ କିମି ରହିବ ବୋଲି ଆକଳନ କରାଯାଉଛି । ଏହା ପ୍ରଭାବରେ ଏବେ ସମୁଦ୍ର ଅଶାନ୍ତ ରହୁଥିବାରୁ ଆଣ୍ଡାମାନ ସାଗର ଅଞ୍ଚଳ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ମତ୍ସ୍ୟଜୀବୀଙ୍କୁ ୮ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା