୧୦ରେ ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା !

ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ୭ ତାରିଖରେ ଅବପାତର ରୂପ ନେବ । ଏବଂ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେଇ ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ୧୦ ତାରିଖ ସୁଦ୍ଧା ଏହା ପଶ୍ଚିମକେନ୍ଦ୍ରୀୟ ଓ ପାର୍ଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ କେନ୍ଦ୍ରୀଭୂତ ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି ।
ଏହି ସମୟରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହିତ ୪ଟି ଜିଲ୍ଲା- ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହୋଇପାରେ । ସାମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ମତ୍ସଜୀବୀଙ୍କୁ ସମୁଦ୍ର ମନା କରାଯାଇଛି ।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବ । ସେହିପରି ୧୦ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ । ୯ ଓ ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଓ ୧୦ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳକୁ ମତ୍ସ୍ୟଜୀବୀମାନଙ୍କୁ ପ୍ରବେଶ ପାଇଁ ସମ୍ପୂର୍ଣ୍ଣ ଭାବେ ବାରଣ କରାଯାଇଛି ।