ଓଡିଶା ଟ୍ରେଣ୍ଟିଂ

ବାତ୍ୟା ‘ଅସାନି’ର ପ୍ରଭାବ, ୧୦ ସନ୍ଧ୍ୟାରୁ ଲାଗି ରହିବ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଆଜି ସକାଳେ ବାତ୍ୟାର ରୂପ ନେଇଛି । ଏହି ବାତ୍ୟାର ନାଁ ‘ଅସାନି’ ରଖାଯାଇଥିବାବେଳେ ଏହାର ନାମକରଣ ଶ୍ରୀଲଙ୍କା ତରଫରୁ କରାଯାଇଛି । ଏହାର ଅର୍ଥ ହେଉଛି ‘କ୍ରୋଧ’ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ବାତ୍ୟା ‘ଅସାନି’ ପ୍ରଭାବରେ ୧୦ତାରିଖ ସନ୍ଧ୍ୟାରୁ ୧୨ ତାରିଖ ସକାଳ ଯାଏଁ ବର୍ଷା ଲାଗି ରହିବ । ବିଶେଷ କରି ୧୧ଟି ଉପକୂଳ ଜିଲ୍ଲାରେ ପ୍ରଭାବ ଲାଗି ରହିବ । ୪ଟି ବନ୍ଦର ପାରାଦୀପ, ଗୋପାଳପୁର, ଚାନ୍ଦବାଲୀ, ପୁରୀ ପାଇଁ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି ।

ବାତ୍ୟା ‘ଅସାନି’ ଏବେ ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୬ କିମି ବେଗରେ ଗତି କରୁଛି ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ଏହା ପୁରୀଠାରୁ ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଦିଗରେ ୧୦୨୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ସେହିପରି ପୋର୍ଟ ବ୍ଲେୟାରଠାରୁ ଏହା ୩୭୦ କିମି ଓ ବିଶାଖାପାଟଣାଠାରୁ ୯୭୦ କିମି ଦୂରରେ ରହିଛି । ବାତ୍ୟା ‘ଅସାନି’ ୧୦ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଦିଗରେ ତାର ଗତି ବଜାୟ ରଖିବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବ ଏବଂ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ୮ତାରିଖ ସଂଧ୍ୟାରୁ ଘଣ୍ଟାପ୍ରତି ୮୦ରୁ ୯୦ କିଲୋମିଟର ବେଗରେ ପବନ ବହିବ, ଯାହାର ଝଟକା ୧୦୦ କିଲୋମିଟର ପର୍ଯ୍ୟନ୍ତ ଅନୁଭୂତ ହୋଇପାରେ । ୯ ତାରିଖ ବେଳକୁ ୧୦୫ରୁ ୧୧୫ କିଲୋମିଟର ବେଗରେ ପବନ ବହିବା ଆଶଙ୍କା ରହିଛି । ଯାହାର ଝଟକା ୧୨୫ କିଲୋମିଟର ପର୍ଯ୍ୟନ୍ତ ଅନୁଭୂତ ହୋଇପାରେ । ତେବେ ବାତ୍ୟା ଉପକୂଳଠାରୁ ୧୫୦ରୁ ୨୦୦ କିଲୋମିଟର ଦୂରରେ ଗତି କରିବାର ସମ୍ଭାବନା ଥିବାରୁ ସ୍ଥଳଭାଗରେ ପବନର ତୀବ୍ରତା ଏତେ ଅନୁଭୂତ ହୋଇନପାରେ । ୧୦ ତାରିଖରୁ ପବନର ବେଗ କମିବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଫଳରେ କିଛି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା