ବ୍ରଜରାଜନଗରରେ ପ୍ରାର୍ଥଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଜନତା…

ଆଜି ସକାଳ ୭ରୁ ବ୍ରଜରାଜନଗର ଉପନିର୍ବାଚନ ଲାଗି ଆରମ୍ଭ ହୋଇଛି ମତଦାନ । ଉପନିର୍ବାଚନର ମୁଖ୍ୟତଃ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେଉଥିବା ବେଳେ ମୈଦାନକୁ ଓହ୍ଲାଇଛନ୍ତି ମୋଟ ୧୧ ଜଣ ପ୍ରାର୍ଥୀ । ବ୍ରଜରାଜନଗର ମୁକୁଟ କିଏ ହାତେଇବ ତାହା ୨ ଲକ୍ଷ ୧୪ ହଜାର ୮୭୮ ଭୋଟର ନିର୍ଦ୍ଧାରଣ କରିବେ । ଅପରପକ୍ଷେ ମତଦାନକୁ ଶାନ୍ତି ଶୃଙ୍ଖଳାର ସହ କରିବା ଲାଗି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ ହୋଇଛି ।
ମତଦାନ ପାଇଁ ମୋଟ ୧ ହଜାର ୨୨୮ ପୋଲିଂ ଅଫିସର ନିୟୋଜିତ ହୋଇଛନ୍ତି । ଆଇନଶୃଙ୍ଖଳା ପାଇଁ ୧ ହଜାର ପୋଲିସ ଅଧିକାରୀ, ୩ କମ୍ପାନି ସେଣ୍ଟ୍ରାଲ ଆର୍ମଡ ଫୋର୍ସ ମୁତୟନ ହୋଇଛନ୍ତି । ୨୭୯ ବୁଥରେ ମତଦାନ ହେଉଛି । ସେଥିମଧ୍ୟରୁ ୬୦ଟି ବୁଥକୁ ସମ୍ବେଦନଶୀଳ ଚିହ୍ନଟ କରାଯାଇଛି । ୫୦ ପ୍ରତିଶତ ବୁଥରେ ୱେବ୍ କାଷ୍ଟିଂ କରାଯିବ ୫ଟି ପିଙ୍କ୍ ବୁଥ ପାଇଁ କେବଳ ମହିଳା ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି ।