ଓଡିଶା

୪ ରାଜ୍ୟସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡିର ୪ ପ୍ରାର୍ଥୀ

ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡିର ୪ ପ୍ରାର୍ଥୀ । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ୪ ପ୍ରାର୍ଥୀ ଆସି ନାମାଙ୍କନ ଦାଖଲ କରିଛନ୍ତି । ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ବିଜେଡିର ୪ ଜଣ ଯାକ ପ୍ରାର୍ଥୀ ବିଜୟୀ ହେବା ଏକପ୍ରକାରର ନିଶ୍ଚିତ ହୋଇଛି । ବିଜେଡି ପକ୍ଷରୁ ମୁଖପାତ୍ର ସସ୍ମିତ ପାତ୍ର, ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ, ବିଜେଡି ନେତ୍ରୀ ତଥା ମୁଖପାତ୍ର ସୁଲତା ଦେଓ ଏବଂ ଆଦିବାସୀ ନେତା ନିରଞ୍ଜନ ବିଶି ପ୍ରାର୍ଥୀ ହୋଇଛନ୍ତି ।

ନାମାଙ୍କନ ଦାଖଲ ବେଳେ ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ ଓ ପ୍ରସନ୍ନ ଆଚାର୍ଯ୍ୟଙ୍କ ସମେତ ବିଜେଡିର ବିଧାୟକ ଓ ନେତା ମଧ୍ୟ ଉପସ୍ଥିତ ଥିଲେ । ତେବେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯାଇଥିବାରୁ ସେ ଉପସ୍ଥିତ ନ ଥିଲେ । ବିଜେଡି ଇତିହାସରେ ପ୍ରଥମ ଥର ପାଇଁ ରାଜ୍ୟସଭା ନିର୍ବାଚନ ନାମାଙ୍କନ ସମୟରେ ଦଳର ସୁପ୍ରିମୋ ଅନୁପସ୍ଥିତ ଥିଲେ । ତାଙ୍କ ପରିବର୍ତ୍ତେ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ଥିଲେ ।

ଆସନ୍ତା ଜୁନ୍ ୧୦ରେ ରାଜ୍ୟର ତିନିଟି ରାଜ୍ୟସଭା ସଭ୍ୟ ପଦବୀ ପାଇଁ ନିର୍ବାଚନ ହେବ । ସେହିପରି ଜୁନ୍ ୧୩ ତାରିଖରେ ଗୋଟିଏ ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ହେବ । ଏଥିପାଇଁ ଜୁନ୍ ୨ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ପୂର୍ଣ୍ଣକାଳୀନ କାର୍ଯ୍ୟକାଳ ଥିବା ତିନି ଆସନ ପାଇଁ ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଓ ସୁଲତା ଦେଓ ପ୍ରାର୍ଥିପତ୍ର ଦାଖଲ କରୁଛନ୍ତି । ସେହିପରି ସୁବାସ ସିଂଙ୍କ ଇସ୍ତଫା ପରେ ଖାଲି ପଡିଥିବା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରୁଛନ୍ତି ନିରଞ୍ଜନ ବିଶି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା