ଓଡିଶା

ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ୨ ବିଚାରପତି । ଏବେ ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୨୨କୁ ବୃଦ୍ଧି…

ଓଡିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ର ଏବଂ ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ଶୁକ୍ରବାର ଶପଥ ନେଇଛନ୍ତି । ପୁରୁଣା ହାଇକୋର୍ଟ କନଫରେନ୍ସ ହଲରେ ଶପଥ ଗ୍ରହଣ ଉତ୍ସବ ହୋଇଯାଇଛି । ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଉଭୟଙ୍କୁ ଶପଥ ପାଠ କରାଇଛନ୍ତି ।

ଜଷ୍ଟିସ ଶୁଭାଶିଷ ତାଳପତ୍ର ତ୍ରିପୁରା ହାଇକୋର୍ଟରୁ ବଦଳି ହୋଇ ଆସିଥିବା ବେଳେ ଆଇନଜୀବୀ ସଞ୍ଜୟ କୁମାର ମିଶ୍ରଙ୍କୁ ନୂତନ ବିଚାରପତି ଭାବେ ନିଯୁକ୍ତି ମିଳିଛି । ଶପଥ ଗ୍ରହଣ ଉତ୍ସବରେ ବହୁ ଜଜ୍‌ଙ୍କ ସମେତ ବରିଷ୍ଠ ଆଇନଜୀବୀ ଓ ବରିଷ୍ଠ ପୋଲିସ୍‌ ଅଧିକାରୀ ଉପସ୍ଥିତ ଥିଲେ ।

ଗତ ମାସ ୨୭ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ୍‌ ପକ୍ଷରୁ ବିଭିନ୍ନ ହାଇକୋର୍ଟର ବିଚାରପତିଙ୍କ ବଦଳି ସଂକ୍ରାନ୍ତ ଏକ ବିଜ୍ଞପ୍ତି ଜାରି କରାଯାଇଥିଲା । ଏଥିରେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌ ଚିତ୍ତରଞ୍ଜନ ଦାଶଙ୍କୁ କୋଲକାତା ହାଇକୋର୍ଟକୁ ବଦଳି କରାଯାଇଥିବା ବେଳେ ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ୍‌ ତାଳପତ୍ରଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ତେବେ ଆଇନଜୀବୀ ସଞ୍ଜୟ କୁମାର ମିଶ୍ରଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ପୂର୍ବରୁ କଲେଜିୟମ୍‌ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇ ସାରିଥିଲା । ୨ ବିଚାରପତି ଶପଥପାଠ କରିବା ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା