ଓଡିଶା

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ, ହୁଲୁସ୍ତୁଲୁ ହେବ ଗୃହ

ଆଜିଠୁ ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ଏଥର ବିଭିନ୍ନ ପ୍ରସଙ୍ଗ ବାବଦକୁ ନେଇ ଗୃହରେ ଚର୍ଚ୍ଚା ହେବ । ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେଉଛି । ଏହି ଅଧିବେଶନରେ ମୋଟ୍ ୨୪ଟି କାର୍ଯ୍ୟ ଦିବସ ରହିଛି । ଅନ୍ୟପଟେ ଚଳିତ ବିଧାନସଭା ଅଧିବେଶନର କାର୍ଯ୍ୟ ସମୟକୁ ଘଣ୍ଟାଏ ବୃଦ୍ଧି କରାଯାଇଛି । ପୂର୍ବରୁ କରୋନା ପାଇଁ ୫ ଘଣ୍ଟା ଚାଲୁଥିବା ବେଳେ ଏବେ ପ୍ରତ୍ୟେକ ଦିନ ୬ ଘଣ୍ଟା ଚାଲିବ ।

ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜୁଲାଇ ୭ ତାରିଖ ଯାଏଁ ଚାଲିବ । ଦ୍ୱିତୀୟ ପର୍ଯ୍ୟାୟ ଜୁଲାଇ ୧୩ରୁ ଆରମ୍ଭ ହୋଇ ଅଗଷ୍ଟ ୪ରେ ଶେଷ ହେବ । ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ ପ୍ରଥମଥର ଗୃହକାର୍ଯ୍ୟ ପରିଚାଳନ କରୁଛନ୍ତି । ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି,  ହାତୀ ମୃତ୍ୟୁ, ଚାଷୀ ସମସ୍ୟା, ସବୁ ସ୍ତରରେ ଦୁର୍ନୀତି ହେଉଥିବା ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି ବିଜେପି । ଧାନର ଅଭାବି ବିକ୍ରି, ଅଗ୍ନିବୀର ଯୋଜନା, ବେକାରୀ ସମସ୍ୟା, ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଅନ୍ତରୀଣ ବେଲ୍ ଆଦି ପ୍ରସଙ୍ଗ ଗୃହରେ ଉଠାଇବ କଂଗ୍ରେସ । ଅନ୍ୟପଟେ ସବୁ ପ୍ରସଙ୍ଗରେ ଆଲୋଚନା ଲାଗି ସରକାର ପ୍ରସ୍ତୁତ ଥିବା କହିଛି ବିଜେଡି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା