ଓଡିଶା ଦେଶ ବିଦେଶ

ମାଡାମ୍ ପ୍ରେସିଡେଣ୍ଟ ଭାବେ ଶପଥ ନେଲେ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ

ଦେଶର ପ୍ରଥମ ନାଗରିକ ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ମୟୂରଭଞ୍ଜର ଉପରବେଡା ଭଳି ଗୋଟିଏ ଛୋଟିଆ ଗାଁରେ ଜନ୍ମ ଗ୍ରହଣ କରିଥିବା ଦ୍ରୌପଦୀ ମୁର୍ମୁ ଏବେ ମାଡାମ୍ ପ୍ରେସିଡେଣ୍ଟ ହୋଇଛନ୍ତି । ଆଜି ସେ ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ।

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସି ଏନ୍.ଭି ରମନ୍ନା ପଦ ଓ ଗୋପାନୀୟତାର ଶପଥ ପାଠ କରାଇଛନ୍ତି । ପ୍ରଥମ ଆଦିବାସୀ ମହିଳା ଓ ପ୍ରଥମ ଓଡ଼ିଆ ଭାବେ ରାଷ୍ଟ୍ରପତି ପଦ ଅଳଙ୍କୃତ କରିଛନ୍ତି ଦ୍ରୌପଦୀ ମୁର୍ମୁ । ଜଣେ ଓଡ଼ିଆ ଝିଅର ଏପରି ସଫଳତା ପାଇଁ ଭୁବନେଶ୍ୱରରୁ ରାଇରଙ୍ଗପୁର ଯାଏ ଚାରିଆରେ ଉତ୍ସବର ପରିବେଶ ସୃଷ୍ଟି ହୋଇଛି । ଦେଶର ବିଭିନ୍ନ ପ୍ରାନ୍ତରେ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।

ସେଣ୍ଟ୍ରାଲ ହଲରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଶପଥ ନେବାକୁ ଯାଉଥିବା ଦ୍ରୌପଦୀ ମୁର୍ମୁଙ୍କୁ ଉପ ରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନ ବିଚାରପତି ଜଷ୍ଟିସ ରମନ୍ନା ଓ ଲୋକସଭା ବାଚସ୍ପତି ଓମ ବିର୍ଲା ସ୍ୱାଗତ କରିଥିଲେ । ସେ ସଂସଦର ସେଣ୍ଟ୍ରାଲରେ ପହଞ୍ଚିବା ପରେ ଜାତୀୟ ସଂଗୀତ ପରିବେଷଣ କରାଯାଇଥିଲେ । ଶେଷରେ ପ୍ରଧାନ ବିଚାରପତି ଜଷ୍ଟିସ ରମନ୍ନା ଶ୍ରୀମତୀ ମୁର୍ମୁଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ମାଡାମ ମୁର୍ମୁ ଶପଥ ରେଜିଷ୍ଟର୍‌ରେ ଦସ୍ତଖତ କରି ବିଧିବଦ୍ଧ ଭାବେ ଦେଶର ପ୍ରଥମ ନାଗରିକ ହୋଇଛନ୍ତି ।

୧୫ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବା ପରେ ସଂସଦ ଭବନର ସେଣ୍ଟ୍ରାଲ ହଲରୁ ସାରା ଦେଶକୁ ସମ୍ବୋଧନ କରିଛନ୍ତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ସେ ଭାରତ ବର୍ଷରେ ଗଣତନ୍ତ୍ରର ମହତ୍ୱ ଓ ଜଣେ ଗରୀବର ଜୀବନ ଉପରେ ଆଲୋକପାତ କରିଛନ୍ତି ।

ଦ୍ରୌପଦୀ ମୁର୍ମୁଙ୍କ ଶପଥ ପାଠ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ସମସ୍ତ କେନ୍ଦ୍ରମନ୍ତ୍ରୀ, କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବରିଷ୍ଠ ନେତା ମୁରଲୀ ମନୋହର ଯୋଶୀ, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ  ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା