କାଳବୈଶାଖୀ ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ରାଜ୍ୟ ଉପର ଦେଇ ଯାଇଥିବା ଦକ୍ଷିଣରେ ମୌସୁମୀର ନିମ୍ନଚାପ ରେଖା ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବାସହ ୨୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ । ହେଲେ ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିକେନ୍ଦ୍ର ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅଗଷ୍ଟ ୭ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୭ ଏବଂ ୮ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାବେଳେ ପବନର ଘଣ୍ଟାପ୍ରତି ବେଗ ୪୫ରୁ ୫୫ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି ।