ଓଡିଶା

ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ସନ୍ଧ୍ୟା ସୁଦ୍ଧା ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ସହ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ । ଏ ନେଇ କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଯାଜପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି,କନ୍ଧମାଳ, ଗଞ୍ଜାମ, ନୟାଗଡ଼,ଖୋର୍ଦ୍ଧା, ପୁରୀକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ ।

୧୯ ଓ ୨୦ ତାରିଖରେ ହେବାକୁ ଥିବା ବର୍ଷାର ପ୍ରଭାବ ନଦୀଗୁଡ଼ିକ ଉପରେ ପଡ଼ିବ । ଯେଉଁ ନଦୀ ଗୁଡ଼ିକରେ ବନ୍ୟା ସ୍ଥିତି ରହିଛି, ସେଗୁଡ଼ିକ ଅଧିକ ପ୍ରଭାବିତ ହୋଇପାରନ୍ତି । ଉତ୍ତର-ପଶ୍ଚିମ ଓଡ଼ିଶାର ପାହାଡ଼ିଆ ସ୍ଥାନରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ବୋଲି ଆଇଏମ୍‌ଡି ଡିଜି ସୂଚନା ଦେଇଛନ୍ତି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା