ଲଘୁଚାପ ଯୋଗୁଁ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା । ଆସୁଛି ଆଉ ଏକ ଲଘୁଚାପ ।

ଆସନ୍ତା ୧୭ ରୁ ୧୮ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏ ନେଇ ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ଏହା ସହ ସେ କହିଛନ୍ତି, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ସକାଳେ ୱେଲମାର୍କ ଲୋ’ ପ୍ରେସରରେ ପରିଣତ ହୋଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହୋଇ ଆସନ୍ତାକାଲି ସକାଳ ସୁଦ୍ଧା ଅବପାତଟି ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରବିବାର ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ପରେ ୧୨ ଓ ୧୩ ତାରିଖରେ ବର୍ଷାର ପରିମାଣ କମିଯିବ ।
ମାତ୍ର ୧୮ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ଯେଉଁଥିପାଇଁ ୧୧ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ବର୍ତ୍ତମାନ ସମୁଦ୍ରରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ପ୍ରବାହିତ ହେଉଛି । ତେବେ ରାଜ୍ୟରେ ସେପ୍ଟେମ୍ବର ମାସରେ ଭଲ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।