ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି । ବଢିଲା ମହଙ୍ଗା ଭତ୍ତା ।

ପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ବଢିଲା ମହଙ୍ଗା ଭତ୍ତା । ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଛି । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁ ହେବ ।
ସଂଶୋଧିତ ହାରରେ ପେନ୍ସନ ପାଉଥିବା ପେନ୍ସନଭୋଗୀମାନଙ୍କ ଟି.ଆଇ ରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି । କର୍ମଚାରୀ ଓ ପେନସନଭୋଗୀମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବେ । ଏହା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ତାଙ୍କୁ ପ୍ରଦାନ କରାଯିବ । ଏହା ଦ୍ୱାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ ।