ଓଡିଶା କଳା ସଂସ୍କୃତି

ନବରାତ୍ରିର ଆଜି ହେଉଛି ଷଷ୍ଠ ଦିନ । ଏହିଦିନ ଦେବୀଦୁର୍ଗା ମାଆ କାତ୍ୟାୟନୀ ରୂପରେ ପୂଜା ପାଆନ୍ତି।

ଆରମ୍ଭ ହୋଇଯାଇଛି ଶାରଦୀୟ ଦୁର୍ଗାପୂଜା। ମାଆଙ୍କ ଆଗମନରେ ପୁଲକିତ ହୋଇ ଉଠିଛି ଧରାପୃଷ୍ଠ। ସବୁଠି ଚାଲିଛି ମାଆଙ୍କ ନବରାତ୍ର ପୂଜା।

ସିଂହବାହିନୀ ଭାବରେ ସେ ଉଭୟ ସ୍ନେହୀ ଓ ଭୟଙ୍କରୀ ଅଟନ୍ତି । ସିଂହ ଉପରେ ବସି ସେ ଚତୁର୍ଭୁଜା, ଅଷ୍ଟଭୁଜା ବା ଏପରିକି ସହସ୍ରଭୁଜା ମଧ୍ୟ ହୋଇପାରନ୍ତି, କିନ୍ତୁ ସବୁବେଳେ ତାଙ୍କର ଗୋଟିଏ ହାତ ବରଦା ବା ଶାନ୍ତ ମୁଦ୍ରାରେ ଶୋଭିତ । ମା’ ରୂପରେ ସେ ଭକ୍ତ ଓ ଶରଣାଗତମାନଙ୍କ ପାଇଁ ସେ ଅଭୟ, ଦୟା ଓ ବରଦା, କରୁଣାମୟୀ । କିନ୍ତୁ ଦୁରାଚାରୀ, ରାକ୍ଷସ ସ୍ୱଭାବର ବ୍ୟକ୍ତି, ଯେ ଅନ୍ୟମାନଙ୍କୁ କଷ୍ଟ ଦିଅନ୍ତି ସେମାନଙ୍କ ପାଇଁ ସେ ଭୟଙ୍କର ହୋଇପଡ଼ନ୍ତି ।

ବସନ୍ତ ଓ ଶରତ ଋତୁରେ ଦେବୀ ଆରାଧନା କରାଯାଏ । ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନଗଗୌରୀ ବା ନବଦୁର୍ଗା (ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଦମାତା, କାତ୍ୟୟନୀ, କାଳରାତ୍ରୀ, ମହାଗୌରୀ)ଙ୍କ ପୂଜା ଅନୁଷ୍ଠିତ ହୁଏ ।

ଏହି ପବିତ୍ର ନବରାତ୍ରିର ଆଜି ହେଉଛି ଷଷ୍ଠ ଦିନ।ଏହିଦିନ ମାଆ କାତ୍ୟାୟନୀ ରୂପରେ ପୂଜା ପାଆନ୍ତି। ମହର୍ଷି କାତ୍ୟାୟନଙ୍କ ତପସ୍ୟାରେ ସନ୍ତୁଷ୍ଟ ହୋଇ ଦେବୀ ତାଙ୍କର କନ୍ୟା ରୂପରେ ଜନ୍ମ ହୋଇଥିଲେ, ସେହି ଅନୁଯାୟୀ ଦେବୀଙ୍କ ନାମ କାତ୍ୟାୟନୀ। ମା କାତ୍ୟାୟନୀ ଙ୍କ ପ୍ରସିଦ୍ଧ ପ୍ରସାଦ ହେଉଛି ଖେଚୁଡ଼ି ବା ହଳଦିଆ ରଙ୍ଗର ଖାଦ୍ୟ। ଏହାକୁ ନିଷ୍ଠାର ସହିତ କରି ଭୋଗ ଲଗାନ୍ତୁ। ଛୋଟ ପିଲାଙ୍କୁ ଦେବା ସହ ନିଜେ ସେବନ କରନ୍ତୁ।ମନୋଭିଷ୍ଟ ପୂରଣ ହେବ। ଭଗବାନ କୃଷ୍ଣଙ୍କୁ ପତିରୂପେ ପାଇବା କୁ ବ୍ରଜର ଗୋପୀମାନେ ଦେବୀ କାତ୍ୟାୟନୀଙ୍କୁ ଆରାଧନା କରିଥିଲେ । ତେଣୁ ବିବାହ ହୋଇପାରୁ ନଥିବା ଯୁବତୀ ମାନେ ମାଆଙ୍କ ଆରାଧନା କଲେ ମନଲାଖି ସ୍ୱାମୀ ମିଳେ ବୋଲି ବିଶ୍ୱାସ ରହିଛି।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା