ଓଡିଶା

ଧାମନଗର ଆସନ ପାଇଁ କଂଗ୍ରେସ ଖେଳିଲା ଯୁବ ଆଇନଜୀବୀ କାର୍ଡ

ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ବାବା ହରେକୃଷ୍ଣ ସେଠୀଙ୍କ ନାମକୁ ଅଖିଳ ଭାରତୀୟ କଂଗ୍ରେସ କମିଟିର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଅନୁମୋଦନ କରିଛନ୍ତି । ବାବା ହରେକୃଷ୍ଣ ସେଠୀ ଜଣେ ଯୁବ ଆଇନଜୀବୀ ଭାବେ ଧାମନଗର କୋର୍ଟରେ କାର୍ଯ୍ୟରତ ଅଛନ୍ତି । ସେ କଂଗ୍ରେସର ଜଣେ ତୃଣମୂଳ ସ୍ତରର ସଂଗଠକ । ପ୍ରାର୍ଥୀ ଘୋଷଣା ସହ ଧାମନଗର ଉପ-ନିର୍ବାଚନ ପାଇଁ ମୈଦାନକୁ ଓହ୍ଲାଇଛି କଂଗ୍ରେସ । ଏପରିକି ଦଳ ଏଥର ସଙ୍ଗଠିତ ହୋଇ ଲଢିବ ବୋଲି କଂଗ୍ରେସ ନେତୃତ୍ୱ କହି ଆସୁଛନ୍ତି ।

 ବାବା ହରେକୃଷ୍ଣ ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଏକ ଶୋଭାଯାତ୍ରାରେ ଆସି ଭଦ୍ରକ ବ୍ଲକ ପରିସରରେ ପ୍ରାର୍ଥୀପତ୍ର ଦାଖଲ କରିବେ । ଏହି ଶୋଭାଯାତ୍ରାରେ ପିସିସି ସଭାପତି ଶରତ ପଟ୍ଟନାୟକ, ପିସିସି ପୂର୍ବତନ ସଭାପତି ନିରଂଜନ ପଟ୍ଟନାୟକ, ବରିଷ୍ଠ ନେତା ଜୟଦେବ ଜେନା, ଜଗନ୍ନାଥ ପଟ୍ଟନାୟକ, ଶରତ ରାଉତ, ପ୍ରସାଦ ହରିଚନ୍ଦନ, ସୁର ରାଉତରାୟ, ପୂର୍ବତନ ସାଂସସ ଅନନ୍ତ ପ୍ରସାଦ ସେଠୀ, ପୂର୍ବତନ ବିଧାୟକ ପଞ୍ଚାନନ ମଣ୍ଡଳ, ଜିଲ୍ଲା ସଭାପତି ସୁବ୍ରତ ଦାସ ପ୍ରମୁଖ ଯୋଗଦେବେ ବୋଲି ଜଣାପଡ଼ିଛି ।

ଗତ ମଙ୍ଗଳବାର ଦିବଙ୍ଗତ ବିଜେପି ନେତା ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ମୋଦୀଙ୍କ ଲୋକପ୍ରିୟତା ଓ ଜନକଲ୍ୟାଣକାରୀ ଯୋଜନା ପାଇଁ ଧାମନଗରବାସୀ ବିଜେପି ସପକ୍ଷରେ ଭୋଟ କରିବେ ବୋଲି କହିଛନ୍ତି । ଉଭୟ ବିଜେପି ଓ କଂଗ୍ରେସ ପ୍ରାର୍ଥୀ ଘୋଷଣା କରି ନିର୍ବାଚନ ମୈଦାନକୁ ଓହ୍ଲାଇ ସାରିଥିବା ବେଳେ ଏବେ ସମସ୍ତଙ୍କ ନଜର ବିଜେଡି ଉପରେ । ଦଳ କାହାକୁ ପ୍ରାର୍ଥୀ ଭାବେ ଚୟନ କରିବ ତାହା ଏବେ ଯାଏଁ ସସପେନ୍ସ ରହିଥିବାବେଳେ ଆଜି ସନ୍ଧ୍ୟା ସୁଦ୍ଧା ଦଳ ପ୍ରାର୍ଥୀ ଘୋଷଣା କରିବ ବୋଲି କହିଛନ୍ତି ଦଳୀୟ ନେତା । ଆସନ୍ତା ନଭେମ୍ବର ୩ ତାରିଖରେ ଧାମନଗର ଉପ-ନିର୍ବାଚନ ପାଇଁ ପଡିବ ମତଦାନ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା