ଓଡିଶା

ବିଜେପି ପାଇଁ ବରଦାନ ହେବେ କି ରାଜୁ ! ଧାମନଗର ଉପନିର୍ବାଚନ ପାଇଁ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ରାଜେନ୍ଦ୍ର ଦାସ…

ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଆଜି ହେଉଛି ଶେଷ ଦିବସ । ଆଉ ଶେଷ ଦିନରେ ବିଜେଡିକୁ ଲାଗିଛି ଝଟକା । କାରଣ ବିଜେଡିରୁ ଧାନନଗର ଆସନ ପାଇଁ ଥିବା ଆଶାୟୀ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କ ଆଶାରେ ପାଣି ମାଡିଗଲା ପରେ ଏବେ ସେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ।

ଧାମନଗରବାସୀ ମୋ ସହ ଅଛନ୍ତି ଏବଂ ମୁଁ   ନିଶ୍ଚୟ ବିଜୟୀ ହେବି । ଗୁରୁଜନଙ୍କ ଆଶୀର୍ବାଦ ନେଇ ନିର୍ବାଚନ ଲଢ଼ିବି । ୨୦୧୯ ନିର୍ବାଚନରେ କିଛି କୁଚକ୍ରୀ ଗୋଷ୍ଠୀଙ୍କ ପାଇଁ ମୁଁ ଅଳ୍ପ ବ୍ୟବଧାନରେ ହାରିଥିଲି । ତେବେ ଲୋକମାନଙ୍କ ଆସ୍ଥା ମୋ ଉପରେ ରହିଛି ଏବଂ ମୁଁ ନିର୍ବାଚନ ଲଢ଼ିବି ବୋଲି କୋହଭରା କଣ୍ଠରେ ଜନତାଙ୍କୁ ସମ୍ବୋଧନ କରିଛନ୍ତି ରାଜୁ ଦାସ । ଅପରପକ୍ଷେ ସେ କୌଣସି ମତେ ନାମାଙ୍କନ ପ୍ରତ୍ୟାହାର କରିବାର ନାହିଁ ବୋଲି ମଧ୍ୟ ଦମ୍ଭୋକ୍ତି ଦେଖାଇଛନ୍ତି ।

ଧାମନଗର ଉପନିର୍ବାଚନ ପାଇଁ ବିଜେଡି ମହିଳା କାର୍ଡ ଖେଳି ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିବା ପରେ ଚରମ ସୀମାରେ ପହଞ୍ଚିଥିଲା ବିଜେଡିର ଅନ୍ତର୍ଦ୍ୱନ୍ଦ୍ୱ । ଦଳ ପକ୍ଷରୁ ଟିକେଟ ନ ମିଳିବାରୁ ପୂର୍ବତନ ବିଧାୟକ ତଥା ବିଜେଡି ନେତା ରାଜେନ୍ଦ୍ର ଦାସ ଆଜି ସ୍ୱାଧୀନ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ନାମାଙ୍କନର ଶେଷ ଦିନରେ ସେ ନିଜ ସମର୍ଥକଙ୍କ ସହ ଉପଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ ଚଳିତଥର ଧାମନଗରରେ ସ୍ୱାଭିମାନର ଲଢେଇ ଦେଖିବାକୁ ମିଳିବ ବୋଲି ଚର୍ଚ୍ଚା ହେଉଛି ।

ଧାମନଗନର ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ସୂର୍ଯ୍ୟବଂଶୀ ସୂରଜ ନାମାଙ୍କନ ଭରିଥିବାବେଳେ କଂଗ୍ରେସରୁ ବାବା ହରେକୃଷ୍ଣ ସେଠୀ ମଧ୍ୟ ନାମାଙ୍କନ ଦାଖଲ କରିସାରିଛନ୍ତି । ଅନ୍ୟପକ୍ଷରେ ଆଜି ବିରାଟ ଶୋଭାଯାତ୍ରରେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ମଧ୍ୟ ନିଜର ନାମାଙ୍କନ ଦାଖଲ କରିବେ ।

ବିଜେଡି ପକ୍ଷରୁ ରାଜେନ୍ଦ୍ରଙ୍କୁ ପ୍ରାର୍ଥୀ କରାଯିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହି ସମୟରେ ରାଜୁଙ୍କ ଉପସ୍ଥିତିରେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା । ସେତେବେଳେ ରାଜୁ ଏହାକୁ ସମର୍ଥନ କରିଥିଲେ । ମାତ୍ର ଭୁବନେଶ୍ୱରରୁ ଫେରି ଭଦ୍ରକରେ ପହଞ୍ଚିବା ପରେ ସ୍ଥିତି ବଦଳି ଯାଇଥିଲା । ଏହାସହ ସେ ଗତକାଲି ଏକ ଲୁହ ଭିଜା ଚିଠି ଲେଖି ଧାମନଗରବାସୀଙ୍କୁ ସେମାନଙ୍କ ମତ ମାଗିଥିଲେ । ଏପରିକି ତାଙ୍କ ପ୍ରତି ୨୦୧୯ରେ କିଭଳି ଅନ୍ୟାୟ କରାଯାଇଥିଲା, ତାହା ମଧ୍ୟ ସେ ଏଥିରେ ଉଲ୍ଲେଖ କରିଥିଲେ ।

ତେବେ ରାଜେନ୍ଦ୍ର ସ୍ୱାଧୀନ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ଜୋର ଧରିବାରୁ ବିଜେଡିର ଏକ ଟିମ୍ ପହଞ୍ଚି ରାଜେନ୍ଦ୍ର ଓ ତାଙ୍କ ସମର୍ଥକଙ୍କୁ ବୁଝାସୁଝା କରିଥିଲା । ହେଲେ ସେଥିରେ ରାଜୁଙ୍କ ମାନଭଞ୍ଜନ ହୋଇନଥିଲା । ଆଉ ଶେଷରେ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ରାଜେନ୍ଦ୍ର ଦାସ ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା