ଓଡିଶା ଟ୍ରେଣ୍ଟିଂ

ଆସୁଛି ବାତ୍ୟା । ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମ୍ଭାବ୍ୟ ବାତ୍ୟା ପାଇଁ ସତର୍କ କଲା ପାଣିପାଗ ବିଭାଗ । ବଢ଼ିଲା ବାତ୍ୟା ସମ୍ଭାବନା । ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ ସୂଚନା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ଆଜି ଏସମ୍ପର୍କରେ ଟ୍ୱିଟ୍ କରି ସୂଚନା ଦେଇଛି ପାଣିପାଗ ବିଭାଗ । ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ରୂପ ନେବା ପରେ ଏହା ଲଘୁଚାପ ଓ ପରେ ଅବପାତରେ ପରିଣତ ହୋଇପାରେ । ଅବପାତ ଘନୀଭୂତ ହୋଇ ବାତ୍ୟା ରୂପ ନେବା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତା ୪୮ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ । ତେବେ ବାତ୍ୟା କେଉଁଠି ଲ୍ୟାଣ୍ଡଫଲ୍‌ କରିବ, ସେ ସମୟରେ ପବନର ବେଗ କେତେ ରହିବ ଏ ନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।

୨୨ ତାରିଖରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମୁଦ୍ର ଅଶାନ୍ତ ରହିଥିବା କାରଣରୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ସମୁଦ୍ରରେ ୪୫ରୁ ୫୫ କିମି ବେଗରେ ପବନ ବହିପାରେ । ଗଭୀର ସମୁଦ୍ରରେ ଅତିବେଶୀରେ ୬୫କିମି ଝଟକା ସମ୍ଭାବନା ରହିଛି ।

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ଉତ୍ତର-ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳରେ ୫.୮ କିମି ଯାଏ ବ୍ୟାପିଛି । ଏହା ଲଘୁଚାପରେ ପରିଣତ ହେବା ପରେ ୨୨ ତାରିଖକୁ ଅବପାତ ହେବା ସମ୍ଭାବନା ରହିଛି । ପରେ ୨୩ ତାରିଖରେ ଏହା ସାଇକ୍ଲୋନିକ୍ ଷ୍ଟର୍ମ ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଏହା ପ୍ରଭାବରେ ୨୩ରେ ସ୍ୱଳ୍ପ ୨୪ ଓ ୨୫ରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ସୂଚନା ରହିଛି ।

ସେପଟେ ବାତ୍ୟାକୁ ନେଇ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଉପକୂଳବର୍ତ୍ତୀ ଜିଲ୍ଲା ସହ ଗଜପତି ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । SRC ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନ ୪ଟାରେ ଏ ନେଇ ଉଚ୍ଚସ୍ତରୀୟ ବୈଠକ ବସିଛି । ଏଥିରେ ବିଭିନ୍ନ ଜିଲ୍ଲା ପ୍ରଶାସନଙ୍କୁ ମଧ୍ୟ ପ୍ରାକ୍‌ ପ୍ରସ୍ତୁତିକୁ ଜୋରଦାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା