ଟ୍ରେଣ୍ଟିଂ ଦେଶ ବିଦେଶ

ଅପେକ୍ଷା ଆଉ କିଛି ସମୟର ! କିଏ ହେବ କଂଗ୍ରେସ ନୂଆ ସଭାପତି ?

୨୪ ବର୍ଷ ପରେ କଂଗ୍ରେସକୁ ମିଳିବ ନୂଆ ସଭାପତି । ଅଣ-ଗାନ୍ଧି ପରିବାରରୁ ହେବେ ଦଳର ସଭାପତି । କଂଗ୍ରେସ ସଭାପତି ପଦ ପାଇଁ ଆଜି ଭୋଟ୍ ଗଣତି ହେଉଛି । ଖଡ଼ଗେ ନାଁ ଥରୁର୍ କିଏ ହେବେ କଂଗ୍ରେସର ନୂଆ  ମୁଖିଆ ତାହା ଆଜି ସ୍ପଷ୍ଟ ହେବ । ଆଜି ସକାଳ ୧୦ ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି ।

କଂଗ୍ରେସର ଅନ୍ତରୀଣ ସଭାପତି ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ଏବଂ ଅନ୍ୟାନ୍ୟ ବରିଷ୍ଠ ନେତାଙ୍କ ସମେତ ପ୍ରାୟ ୯,୫୦୦ ପ୍ରତିନିଧି ସୋମବାର ଦଳର ନୂଆ ସଭାପତି ଚୟନ କରିବାକୁ ଭୋଟ୍ ଦେଇଥିଲେ । କଂଗ୍ରେସ ଦଳର ୧୩୭ ବର୍ଷର ଇତିହାସରେ ଷଷ୍ଠ ଥର ପାଇଁ ସଭାପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଛି । ସେସବୁକୁ ଆଜି ଗଣତି କରାଯାଇ ମଧ୍ୟାହ୍ନ ପରେ ଫଳାଫଳ ଘୋଷଣା କରାଯିବ । ତେବେ ବିଜୟ ରେସ୍‌ରେ ସବୁଠୁ ଆଗରେ ରହିଛନ୍ତି ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡ଼ଗେ । ୧୯୯୮ରୁ ଲଗାତାର ଭାବେ ସୋନିଆ ଗାନ୍ଧି ଓ ତାଙ୍କ ପୁଅ ରାହୁଲ ଗାନ୍ଧି କଂଗ୍ରେସ ସଭାପତି ହୋଇ ଆସୁଥିଲେ । ୨୦୧୪, ୨୦୧୯ ନିର୍ବାଚନରେ ଶୋଚନୀୟ ପରାଜୟ, ଦଳରେ ଅସ୍ଥିରତା, ସଂଗଠନ ଦୁର୍ବଳ ଭଳି ଅନେକ ସମସ୍ୟାରେ ଘେରି ରହିଛି କଂଗ୍ରେସ ।

ଦଳର ସାଧାରଣ ସମ୍ପାଦକ ଜୟରାମ ରମେଶଙ୍କ ଅନୁଯାୟୀ ୧୯୩୯, ୧୯୫୦, ୧୯୭୭, ୧୯୯୭ ଏବଂ ୨୦୦୦ ରେ ସଭାପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଛି । ୨୨ ବର୍ଷ ପରେ ଏଥର ସଭାପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେଉଛି ।

ଅପରପକ୍ଷେ ନୂଆ ସଭାପତି ଦାୟିତ୍ୱ ନେବା ପରେ କଂଗ୍ରେସକୁ ମିଳିପାରେ ସଞ୍ଜିବନୀ । ଭୋଟ୍‌ ଗ୍ରହଣ ପାଇଁ ପୂରା ଦେଶରେ ୩୬ଟି ପୋଲିଂ ଷ୍ଟେସନରେ ୬୭ଟି ବୁଥ୍‌ ହୋଇଥିଲା । ସଭାପତି ପଦ ପାଇଁ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ଶଶୀ ଥରୁରଙ୍କ ମଧ୍ୟରେ ପ୍ରତିଯୋଗିତା ହୋଇଥିଲା ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ ବ୍ୟବସାୟ

କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ଏକ ସାମୂହିକ ପ୍ରୟାସ ହେବା ଆବଶ୍ୟକ: ନିର୍ମଳା ସୀତାରମଣ |

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ପାଇଁ ସାମୂହିକ ପ୍ରୟାସ ଆବଶ୍ୟକ, କାରଣ ଟେକ୍ନୋଲୋଜି କ୍ରମାଗତଭାବେ ବିକଶିତ ହେଉଛି ଏବଂ ବଦଳୁଛି
ଦେଶ ବିଦେଶ

କର୍ଣ୍ଣାଟକରେ ଓମିକ୍ରନ୍ ଭୟ: ମଲ୍, ସିନେମା ହଲ୍ ପରିଦର୍ଶନ ପାଇଁ ଦୁଇଟି ଡୋଜ୍ ଜରୁରୀ | ବିଦ୍ୟାଳୟଗୁଡ଼ିକ ପାଇଁ ମଧ୍ୟ ନୂତନ ନିୟମ |

କର୍ଣ୍ଣାଟକ ସରକାର ଶୁକ୍ରବାର ଦିନ ମଲ, ପ୍ରେକ୍ଷାଳୟ ଏବଂ ସିନେମା ହଲ ପାଇଁ ବାଧ୍ୟତାମୂଳକ କରିଛନ୍ତି ଯେ କେବଳ ସେହି ପରିଦର୍ଶକଙ୍କୁ କୋଭିଡ -19 ଟିକା ନେଇଛନ୍ତି।