ଡିସେମ୍ବରରେ ଗୁଜୁରାଟରେ ଦେଖିବାକୁ ମିଳିବ ତ୍ରିମୁଖୀ ଲଢେଇ

ଗୁଜରାଟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ଆସନ୍ତା ଡିସେମ୍ବର ୧ ଓ ୫ରେ ଗୁଜରାଟରେ ହେବ ବିଧାନସଭା ନିର୍ବାଚନ । ମୁଖ୍ୟ ନିର୍ବାଚନ ଆୟୋଗ ରାଜୀବ କୁମାର ସାମ୍ବାଦିକ ସମ୍ମିଳନୀ କରି ଏ ନେଇ ତାରିଖ ଘୋଷଣା କରିଛନ୍ତି । ଗୁଜରାଟର ୧୮୨ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ । ସଂଖ୍ୟାଗରିଷ୍ଠତା ପାଇଁ ଯେକୌଣସି ଦଳ ୯୨ଟି ସିଟ୍ରେ ଜିତିବା ଉଚିତ୍ ।
୩୩ ଜିଲ୍ଲାରେ ଚଳିତ ନିର୍ବାଚନରେ ୪ କୋଟି ୯୦ ଲକ୍ଷ ଭୋଟର ରହିଛନ୍ତି । ମତଦାନକୁ ଆଖିରେ ରଖି ୫୧ ହଜାର ୭୮୨ କେନ୍ଦ୍ର କରାଯାଇଛି । ୧୪୨ଟି ମତଦାନ କେନ୍ଦ୍ର ମଧ୍ୟ କରାଯାଇଛି । ମହିଳାଙ୍କ ପାଇଁ ୧୨୭୪ ମତଦାନ କେନ୍ଦ୍ର କରାଯାଇଛି । ଚଳିତ ନିର୍ବାଚନରେ ୪ ଲକ୍ଷ ୬୦ ହଜାର ଯୁବ ଭୋଟରଙ୍କୁ ସାମିଲ କରାଯାଇଛି । ୨୦୨୩ ଫେବ୍ରୁଆରୀ ୧୮ରେ ଗୁଜରାଟ ବିଧାନସଭାର କାର୍ଯ୍ୟକାଳ ଶେଷ ହେଉଛି । ଚଳିତଥର ଗୁଜୁରାଟରେ ତ୍ରିମୁଖୀ ଲଢ଼େଇ ଦେଖିବାକୁ ମିଳିପାରେ । ବିଜେପି, କଂଗ୍ରେସ ଓ ଆମ୍ ଆଦମୀ ପାର୍ଟି ମଧ୍ୟରେ ହେବ କଡା ଟକ୍କର ।