ଓଡିଶା

ଦୁର୍ନୀତିମୁକ୍ତ ସମାଜ ଗଢିବାକୁ ହେଲେ ସଚେତନ ରହିବା ଆବଶ୍ୟକ

ଗଜପତି: ଗଜପତିରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୨ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଯୋଗ ଦେଇ ସମସ୍ତଙ୍କୁ ସଚେତନତା କରାଇଥିଲେ । ଦେଶର ଆର୍ଥିକ, ରାଜନୈତିକ ଓ ସାମାଜିକ ଉନ୍ନତିରେ ଦୁର୍ନୀତି ବାଧକ ସାଜିଛି । ତେଣୁ ସମାଜର ପ୍ରତ୍ୟେକ ବର୍ଗ ଓ ଦୁର୍ନୀତିର ମୂଳୋତ୍ପଟନ ପାଇଁ ଆଗେଇ ଆସିବା ଉଚିତ ବୋଲି ଜିଲ୍ଲାପାଳ ଶ୍ରୀ ପଣ୍ଡା ମତପୋଷଣ କରିଥିଲେ । ଏହି ଅବସରରେ ସେ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରି କହିଥିଲେ ଯେ, ବର୍ତ୍ତମାନ ସମୟରୁ ସାଧୁତା, ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ପାଳନ କରିବାକୁ ହେବ । ଗତ ଅକ୍ଟୋବର ମାସ ୩୧ ତାରିଖରୁ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସତର୍କତା ସଚେତନତା ସପ୍ତାହ ପାଳନ କରାଯାଉଛି ବୋଲି ଦୁର୍ନୀତି ନିବାରଣ ଖଣ୍ଡ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଗଣେଶ ଚନ୍ଦ୍ର ପ୍ରଧାନ କହିଛନ୍ତି । ଏଥିରେ ଜିଲ୍ଲାର ସମସ୍ତ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ଶପଥପାଠ କରାଇ ଦୁର୍ନୀତି ନିବାରଣ ଦିଗରେ ସରକାରଙ୍କ ଦ୍ବାରା କରାଯାଉଥିବା ସମସ୍ତ ବ୍ୟବସ୍ଥାକୁ କଡାକଡି ଭାବରେ ପାଳନ କରିବା ଉପରେ ଗୁରୁତ୍ବ ଦିଆଯାଉଛି ।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ରୋମାଞ୍ଚଳ ଖମାରୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବାମଦେବ ସିଂ, ବରିଷ୍ଠ ନାଗରିକ ପୂର୍ଣ୍ଣ ମହାପାତ୍ର ପ୍ରମୁଖ ମଞ୍ଚାସିନ ରହି ସଚେତନ ଓ ସତର୍କ ରହି ଜନସାଧରଣଙ୍କୁ ଏହି ଦିଗରେ ଅଧିକରୁ ଅଧିକ ସଚେତନ କରାଇବାକୁ ପଡ଼ିବ ବୋଲି କହିଥିଲେ । ଚଳିତ ବର୍ଷର ବିଷୟ ବସ୍ତୁ “ଏକ ବିକଶିତ ରାଷ୍ଟ୍ର ପାଇଁ ଦୁର୍ନିତି ମୁକ୍ତ ଭାରତ” ଉପରେ ଆଲୋଚନା କରାଯାଇଥିଲା । ଏହି ଅବସରରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ମଧ୍ୟରେ ଚିତ୍ରାଙ୍କନ, ଓଡ଼ିଆ ଓ ଇଂରାଜୀ ପ୍ରବନ୍ଧ, ଓଡ଼ିଆ ଓ ଇଂରାଜୀ ବକୃତା ଏବଂ କୁଇଜ୍ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ।

ଏଥିରେ ଡେପୁଟି କଲେକ୍ଟର ଆଲିଆ ରେଡ୍ଡୀ, ଜୟଦ୍ରର୍ଥ ଆଚାର୍ଯ୍ୟ, ଭିଜିଲାନ୍ସ ଇନ୍ସପେକ୍ଟର ବାସୁଦେବ ରାଓ, ପାରଳାଖେମୁଣ୍ଡି ପୌରପରିଷଦ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମିନତୀ ଦେଇ, ମିଶନ ଶକ୍ତି ଜିଲ୍ଲା ପ୍ରକଳ୍ପ ସଂଯୋଜକ ରଶ୍ମୀ ରଞ୍ଜନ ସେଠୀ, ତ୍ରିଲୋଚନ ଷଡ଼ଙ୍ଗୀଙ୍କ ସମେତ ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ ।

ଗଜପତିରୁ ବିବେକାନନ୍ଦ ବେହେରା

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା