ଓଡିଶା

ଓଡିଶା ଗସ୍ତରେ ଆସିଛନ୍ତି ମହାମହିମ ।

ଓଡିଶାରେ ପହଞ୍ଚିଲେ ମହାମହିମ । ୨ ଦିନିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ ହୋଇଥିବାରୁ ଚାରିଆଡେ ଉତ୍ସାହ ଲାଗି ରହିଛି ।

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ଆଜି ପୂର୍ବାହ୍ନ ୧୦ଟା୫୦ରେ ଏକ  ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେଠାରେ ତାଙ୍କୁ ସ୍ୱାଗତ ଜଣାଇ ପାଛୋଟି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲଙ୍କ ସମେତ ବିଭିନ୍ନ ଦଳର ନେତା ତଥା ବରିଷ୍ଠ ଅଧିକାରୀ ପହଞ୍ଚିଥିଲେ । ସେଠାରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଥିଲା ।

ଭୁବନେଶ୍ୱରରୁ ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ଚପରରେ ପୁରୀରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ମୁର୍ମୁ । ସେଠାରୁ କାରକେଡ୍ ମଧ୍ୟରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିର ବାହାରିଛନ୍ତି । ଶ୍ରୀମନ୍ଦିରରେ ପାଖାପାଖି ସେ ଏକ ଘଣ୍ଟା ରହିବେ । ରାଷ୍ଟ୍ରପତି ସିଂହଦ୍ୱାରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଦିନ ଗୋଟାଏ ବେଳେ ଶ୍ରୀମନ୍ଦିରରୁ ବାହାରି ସେଠାରୁ ସିଧା ରାଜଭବନ ଯିବେ ରାଷ୍ଟ୍ରପତି । ରାଜଭବନରେ ପହଞ୍ଚି ମହାପ୍ରସାଦ ସେବନ କରିବେ ମହାମହିମ ।

ତେବେ ରାଷ୍ଟ୍ରପତି ଶ୍ରୀମନ୍ଦିରରେ ପହଞ୍ଚିବା ପରେ ସିଂହଦ୍ୱାର ନିକଟରେ ତାଙ୍କୁ ସ୍ୱାଗତ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ପଟ୍ଟଚ୍ଚିତ୍ର ପ୍ରଦାନ କରାଯିବ । 

ପୁରୀରୁ ଅପରାହ୍ନରେ ଭୁବନେଶ୍ୱର ଫେରି, ରାଜଧାନୀର ୮ଟି ସ୍ଥାନରେ ସ୍ୱାଧୀନତା ସଂଗ୍ରାମୀ ଓ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଜଭବନରେ ତାଙ୍କର ରାତ୍ରିଯାପନ ବ୍ୟବସ୍ଥା ହୋଇଛି । ଗସ୍ତର ଦ୍ୱିତୀୟ ଦିନରେ ସ୍କୁଲ ପରିଦର୍ଶନ ପରେ ଦିନ ୧୧ଟାରେ ଶେଷ କାର୍ଯ୍ୟକ୍ରମ ରହିଛି ଜୟଦେବ ଭବନରେ । ଏହାପରେ ସେ ଦିଲ୍ଲୀ ବାହୁଡ଼ିଯିବେ ।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭୁବନେଶ୍ୱର ଓ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।  ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ୩୪ ପ୍ଲାଟୁନ୍ ଫୋର୍ସ ସହ ୨ ଶହ ସବ୍ଇନ୍ସପେକ୍ଟର, ୬୨ ଜଣ ଏସିପି, ୨୨ ଏଡିସିପି ରାଙ୍କର ଅଫିସର ଓ ୪ ଡିସିପି ରାଙ୍କର ଅଫିସର ସୁରକ୍ଷା ଦାୟିତ୍ୱରେ ରହିଛନ୍ତି । ସେହିପରି ପୁରୀରେ ବି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା