ମଧୁବାବୁ ଯୋଜନାରେ ହିତାଧିକାରୀଙ୍କୁ ମିଳୁଛି ଭତ୍ତା

ବେଗୁନିଆପଡା: ବେଗୁନିଆପଡା ବ୍ଲକ ପରିସରରେ ବିଧାୟିକାଙ୍କ ଦ୍ୱାରା ୩୮୪ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଛି । କବିସୂର୍ୟ୍ୟନଗର ବିଧାୟିକା ଲତିକା ପ୍ରଧାନ ଉପସ୍ଥିତ ରହି ୧୫ ଟି ପଞ୍ଚାୟତର ୫୦୨ ଜଣ ହିତାଧିକାରୀଙ୍କୁ ମଧୁବାବୁ ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରିଛନ୍ତି । ଏହି କାର୍ୟ୍ୟକ୍ରମରେ ବ୍ଲକ ଅଧକ୍ଷା ରେଣୁ ଗୌଡ଼, ବିଡ଼ିଓ ପ୍ରଜ୍ଞା ପ୍ରିୟଦର୍ଶିନୀ, ଏବିଡିଓ ନିରଞ୍ଜନ ବେହେରା, ଜିଲ୍ଲା ପରିଷଦ ସଭ୍ୟା କଲ୍ୟାଣି ପାତ୍ର, ସମବାୟ ନିର୍ଦ୍ଦେଶକ ହୃଷିକେଶ ମେହେଣାଙ୍କ ସମେତ ବିଭିନ୍ନ ପଞ୍ଚାୟତର ପ୍ରତିନିଧି ଓ ସରକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।
ବେଗୁନିଆପଡାରୁ ବାପୁନି କୁମାର ମାଲୁ