ଓଡିଶା

ଜିଲ୍ଲାସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ ମେଳା ଉଦଘାଟିତ

ଗଜପତି: ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ପାରଳାଖେମୁଣ୍ଡିରେ ଜିଲ୍ଲାସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ ମେଳା ଉଦଘାଟନ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥିଭାବେ ଗଜପତି ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକ ଯୋଗ ଦେଇ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ ସମନ୍ଧୀୟ ସୂଚନା ପ୍ରଦାନ କରିବା ସହ ଏହା ଛାତ୍ରଛାତ୍ରୀଙ୍କ ଅନୁରାଗୀ ମନୋବଳ ବୃଦ୍ଧି ହେବା ପାଇଁ ପ୍ରେରଣା ଯୋଗାଏ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗର ପ୍ରଫେସର ଜିତେନ୍ଦ୍ର ନାଥ ପଟ୍ଟନାୟକ ମୁଖ୍ୟବକ୍ତା ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ।

ଜିଲ୍ଲାସ୍ତରୀୟ ଏହି ବିଜ୍ଞାନ ପ୍ରଦର୍ଶନ ମେଳାରେ ଜିଲ୍ଲାର ୭ ଟି ବ୍ଲକ ଓ ଗୋଟିଏ ମୁନିସିପାଲିଟିର ୧୦୮ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଏହି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନ ବ୍ୟତୀତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପରିବେଶ ଅଧ୍ୟାୟନ, ବିଜ୍ଞାନ କୁଇଜ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଉଦଯାପନ ଉତ୍ସବରେ ପ୍ରମାଣ ପାତ୍ର ଦେଇ ପୁରସ୍କୃତ କରାଯିବ ।

ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ଗଜପତି ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଆମ୍ଫୋଲୁ ରବି କୁମାର, ୪ ନଂ ୱାର୍ଡର କାଉନସିଲର ବାଳକୃଷ୍ଣ ପାତ୍ର, ୩ ନଂ ୱାର୍ଡର କାଉନସିଲର ବାବୁନା ବେହେରା, ମହେନ୍ଦ୍ରଗିରି ପୌର ସରକରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ସଙ୍ଗଠନ ସମ୍ପାଦକ ପୁର୍ଣ୍ଣଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

ଗଜପତିରୁ ବିବେକାନନ୍ଦ ବେହେରା

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା