ଦେଶ ବିଦେଶ

ଭାରତ-ଚୀନ ସୀମାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଘାଟି ତଳକୁ ଖସିଲା ସେନା ଗାଡି

ଭାରତ-ଚୀନ ସୀମାରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରତୀୟ ସେନାର ଯବାନଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ୧୬ ଜଣ ଯବାନଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏହା ସହ ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ହେଲିକପ୍ଟର ସହାୟତାରେ ଉଦ୍ଧାର କରାଯାଇଛି । ଏନେଇ ଭାରତୀୟ ସେନା ପକ୍ଷରୁ ବୟାନ ଜାରି କରାଯାଇଛି । ଗୁରୁତରଙ୍କୁ ବେଙ୍ଗଲ ଆର୍ମି ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ପ୍ରାୟ ୮ଟାରେ ଉତ୍ତର ସିକିମର ଜେମା ନିକଟରେ ଏହି ଦୁର୍ଘଟଣା ଘଟିଛି । ଯବାନଙ୍କୁ ନେଇ ଘାଟି ରାସ୍ତାରେ ଯାଉଥିବା ଗାଡ଼ିଟି ଭାରସାମ୍ୟ ହରାଇ ପ୍ରାୟ ୧୦୦ ଫୁଟ୍ ତଳକୁ ଖସି ପଡ଼ିଥିଲା । ଗାଡ଼ିଟି ଚୁରମାର ହୋଇଯାଇଥିବା ବେଳେ ଘଟଣା ସ୍ଥଳରେ ହିଁ ୧୩ ଜଣ ଯବାନ ଓ ୩ ଜଣ ଜୁନିଅର କମିସନ୍‌ଡ ଅଫିସରଙ୍କ ମୃତ୍ୟୁ ଘଟିଥିଲା । ସୂଚନା ପାଇବା ପରେ ଘଟଣା ସ୍ଥଳରେ ଭିଡ ଜମିବା ସହ ଉଦ୍ଧାରକାରୀଦଳ ସେଠାରେ ପହଂଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

ଘଟଣାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ସେମାନଙ୍କ ସେବା ଓ ତ୍ୟାଗ ନିକଟରେ ଦେଶ କୃତଜ୍ଞ ବୋଲି ସେ ଟ୍ୱିଟ୍ କରିଛନ୍ତି । ଏହା ସହିତ  ମୃତ ଯବାନଙ୍କ ପରିବାର ଲୋକଙ୍କୁ ସେ ସମବେଦନା ଜଣାଇବା ସହିତ ଗୁରୁତର ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ ବ୍ୟବସାୟ

କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ଏକ ସାମୂହିକ ପ୍ରୟାସ ହେବା ଆବଶ୍ୟକ: ନିର୍ମଳା ସୀତାରମଣ |

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ପାଇଁ ସାମୂହିକ ପ୍ରୟାସ ଆବଶ୍ୟକ, କାରଣ ଟେକ୍ନୋଲୋଜି କ୍ରମାଗତଭାବେ ବିକଶିତ ହେଉଛି ଏବଂ ବଦଳୁଛି
ଦେଶ ବିଦେଶ

କର୍ଣ୍ଣାଟକରେ ଓମିକ୍ରନ୍ ଭୟ: ମଲ୍, ସିନେମା ହଲ୍ ପରିଦର୍ଶନ ପାଇଁ ଦୁଇଟି ଡୋଜ୍ ଜରୁରୀ | ବିଦ୍ୟାଳୟଗୁଡ଼ିକ ପାଇଁ ମଧ୍ୟ ନୂତନ ନିୟମ |

କର୍ଣ୍ଣାଟକ ସରକାର ଶୁକ୍ରବାର ଦିନ ମଲ, ପ୍ରେକ୍ଷାଳୟ ଏବଂ ସିନେମା ହଲ ପାଇଁ ବାଧ୍ୟତାମୂଳକ କରିଛନ୍ତି ଯେ କେବଳ ସେହି ପରିଦର୍ଶକଙ୍କୁ କୋଭିଡ -19 ଟିକା ନେଇଛନ୍ତି।