୧୧ ଦିନ ପାଇଁ ବନ୍ଦ ରହିବ ବଉଳା କୁମ୍ଭୀରମାନଙ୍କର ଏନ୍ତୁଡିଶାଳ

କେନ୍ଦ୍ରାପଡା: ଆସନ୍ତା ଜାନୁଆରୀ ୪ରୁ ୧୪ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡିକରେ କୁମ୍ଭୀର ଗଣନା ଆରମ୍ଭ ହେବ । ଏଣୁ ପର୍ଯ୍ୟଟକଙ୍କ ନିମନ୍ତେ ୧୧ ଦିନ ପାଇଁ ଭିତରକନିକା ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ।
ସୂଚନା ଅନୁସାରେ, ଜାନୁଆରୀ ୨୦୨୨ ଗଣନା ଅନୁସାରେ ଭିତରକନିକାରେ ୧୭୮୪ଟି ବଉଳା କୁମ୍ଭୀର ଅଛନ୍ତି । ଚଳିତ ବର୍ଷ ଏହି ସଂଖ୍ୟା ବଢ଼ୁଛି ନା କମୁଛି ତାହା ଗଣନା ପରେ ହିଁ ସ୍ପଷ୍ଟ ହେବ । ତେବେ ବିରଳ ବଉଳା କୁମ୍ଭୀରମାନଙ୍କର ଏନ୍ତୁଡିଶାଳ ଭାବେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନକୁ ଦେଖିବା ଲାଗି ତଥା ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉହଭୋଗ କରିବା ପାଇଁ ପ୍ରତିବର୍ଷ ଦେଶ-ବିଦେଶରୁ ଲକ୍ଷାଧିକ ପର୍ଯ୍ୟଟକଙ୍କ ଛୁଟେ ।