୧୨ ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି । ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼ର ନୂଆ ରାଜ୍ୟପାଳ ଜାୟିତ୍ବ

୧୨ ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼ର ନୂଆ ରାଜ୍ୟପାଳ ଭାବେ ମିଳିଛି ନିଯୁକ୍ତି । ଏହାପୂର୍ବରୁ ବିଶ୍ୱଭୂଷଣ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ । ସେହିଭଳି ମହାରାଷ୍ଟ୍ରର ରାଜ୍ୟପାଳ ପଦରୁ ଭଗତ ସିଂ କୋଶୟାରୀ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭଗତଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ଝାଡ଼ଖଣ୍ଡର ରାଜ୍ୟପାଳ ରମେଶ ବୈଶଙ୍କୁ ମହାରାଷ୍ଟ୍ରର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି ।
ସେହିଭଳି ଆସାମର ରାଜ୍ୟପାଳ ଭାବେ ଗୁଲାବ ଚନ୍ଦ୍ର କଟାରିଆ, ହିମାଚଳ ପ୍ରଦେଶ ରାଜ୍ୟପାଳ ଭାବେ ଶିବ ପ୍ରସାଦ ଶୁକ୍ଳାଙ୍କୁ ଦାୟିତ୍ବ ମିଳିଛି । ଅନ୍ୟପଟେ ଲଦାଖ ଉପରାଜ୍ୟପାଳ ରାଧାକ୍ରିଷ୍ଣନ୍ ମାଥୁରଙ୍କ ଇସ୍ତଫା ଗୃହୀତ ହୋଇଛି । ତାଙ୍କ ସ୍ଥାନରେ ଅରୁଣାଚଳ ପ୍ରଦେଶ ରାଜ୍ୟପାଳ ତଥା ଅବସରପ୍ରାପ୍ତ ବ୍ରିଗ୍ରେଡୟିର ବିଡି ମିଶ୍ରାଙ୍କୁ ଲଦାଖର ଉପରାଜ୍ୟପାଳ, ଲେଫ୍ଟନାଣ୍ଟ ଜେନେରାଲ କୈବଲ୍ୟ ତ୍ରିବିକ୍ରମ ପରନାୟକଙ୍କୁ ଅରୁଣାଚଳ ପ୍ରଦେଶ ରାଜ୍ୟପାଳ, ମଣିପୁରର ରାଜ୍ୟପାଳ ଭାବେ ଅନୁସୂୟା ୱିକି, ନାଗାଲାଣ୍ଡର ରାଜ୍ୟପାଳ ଭାବେ ଏଲ୍ ଗଣେଶନ୍, ମେଘାଳୟର ରାଜ୍ୟପାଳ ଭାବେ ଫଗୁ ଚୌହ୍ୱାନ, ବିହାରର ରାଜ୍ୟପାଳ ଭାବେ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର, ଆନ୍ଧ୍ରପଦେଶର ରାଜ୍ୟପାଳ ଭାବେ ପୂର୍ବତନ ବିଚାରପତି ଜଷ୍ଟିସ୍ ଏସ. ଅବଦୁଲ ନଜିର, ଝାଡଖଣ୍ଡର ରାଜ୍ୟପାଳ ଭାବେ ସିପି ରାଧାକ୍ରିଷ୍ଣନ୍, ସିକ୍କିମର ରାଜ୍ୟପାଳ ଭାବେ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟଙ୍କୁ ନୂଆ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।