ଓଡିଶା

ହୁଲୁସ୍ତୁଲ ହେବ ବିଧାନସଭା …

ବ୍ୟୁରୋ ରିପୋର୍ଟ: ଆଜିଠୁ ଆରମ୍ଭ ହେଉଛି ରାଜ୍ୟ ବିଧାନସଭାର ବଜେଟ ଅଧିବେଶନ । ବିଭିନ୍ନ ପ୍ରସଙ୍ଗକୁ ନେଇ ହୁଲୁସ୍ତୁଲ ହେବ ଗୃହ । ମୁଖ୍ୟତଃ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ନେଇ ଶାସକ ବିଜେଡିକୁ ଟାର୍ଗେଟ କରିବାକୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି ବିରୋଧୀ ବିଜେପି ଓ କଂଗ୍ରେସ । ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ଏପ୍ରିଲ ୬ ତାରିଖ ଯାଏଁ ଚାଲିବ । ପ୍ରଥମ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ୧ ତାରିଖ ପର୍ଯ୍ୟନ୍ତ ଚାଲିବ ଏବଂ ଦ୍ୱିତୀୟ ପର୍ଯ୍ୟାୟ ୧୦ରୁ ଆରମ୍ଭ ହେବ । ଅଧିବେଶନରେ ମୋଟ ୨୭ଟି କାର୍ଯ୍ୟ ଦିବସ ରହିଛି । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହା ହେବ ଶେଷ ପୂର୍ଣ୍ଣାଙ୍ଗ ବଜେଟ । ଆସନ୍ତା ୨୪ରେ ଉପସ୍ଥାପନ ହେବ ରାଜ୍ୟ ବଜେଟ ।

ଅଧିବେଶରେ ବିଜେପି ଶାସକ ବିଜେଡିର ଗୁମର ଖୋଲିବା ସହ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପ୍ରସଙ୍ଗକୁ ନେଇ ଶାସକ ଦଳକୁ କାଠଗଡ଼ାରେ ଛିଡା କରିବାକୁ ଚେଷ୍ଟା କରିବ । ଏହାବାଦ୍ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କେଳେଙ୍କାରୀ, ଚାଷୀ ସମସ୍ୟା, ଧାନ କିଣାରେ ଦୁର୍ନୀତି, ଧାନର ଅଭାବୀ ବିକ୍ରି, ତିର୍ତ୍ତୋଲର ବିଜେଡି ବିଧାୟକଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆଦି ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିଜେପି ।

ସେପଟେ କଂଗ୍ରେସ ମଧ୍ୟ ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି, ନବ ଦାସ ହତ୍ୟାକାଣ୍ଡ, ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଜେଲରେ ଆତ୍ମହତ୍ୟା କରିବା ପ୍ରସଙ୍ଗ, ମଣ୍ଡି ଅବ୍ୟବସ୍ଥା, ଦରଦାମ ବୃଦ୍ଧି ପ୍ରସଙ୍ଗ ଉଠାଇବାକୁ ସ୍ଥିର କରିଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା