ଓଡିଶା

ସରିଲା ମାତୃଭାଷା ପରୀକ୍ଷା

ବେଗୁନିଆପଡା (ବାପୁନି କୁମାର ମାଲୁ): ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ମାଟ୍ରିକ୍ ପରୀକ୍ଷା । ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଇଛନ୍ତି ପରୀକ୍ଷାର୍ଥୀ । ମାଟ୍ରିକ ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୦ଟାରେ ସରିଛି । ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଜନତା ନୋଡାଲ୍ ଉଚ୍ଚ ବିଦ୍ୟାଳୟରେ ଶାନ୍ତି ଶୃଙ୍ଖଳାର ସହ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ୪ ଟି ବିଦ୍ୟାଳୟରୁ ମୋଟ ୨୫୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା କହିଛନ୍ତି ପରୀକ୍ଷା କେନ୍ଦ୍ର ପରିଚାଳକ । ପରୀକ୍ଷାର୍ଥୀଙ୍କ ପାଇଁ ସକାଳ ୭ଟାରୁ ପରୀକ୍ଷା କେନ୍ଦ୍ର ଖୋଲା ରହିଥିଲା । ମାଟ୍ରିକ ରେ‌ଗୁଲାର, ଏକ୍ସରେଗୁଲାର, ପତ୍ରବିନିମୟ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ପ୍ରଶ୍ନପତ୍ର ସବୁ ପରୀକ୍ଷାର୍ଥୀଙ୍କ ପାଇଁ ସମାନ ରହିଛି । ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଇ ବେଶ୍ ଭଲ କରିଥିବା କହିଛନ୍ତି ଛାତ୍ରଛାତ୍ରୀ । ତେବେ ଚଳିତ ବର୍ଷ କରୋନା କଟକଣା ନଥିବାରୁ ପରୀକ୍ଷା ଦେଇ ବେଶ୍ ଖୁସି ଅନୁଭବ କରିଛନ୍ତି ପରୀକ୍ଷାର୍ଥୀ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା