ଓଡିଶା

ମାଡି ଆସୁଛି ପଶ୍ଚିମା ଝଡ, ତାତିରୁ ମିଳିବ ନିସ୍ତାର

ଅସହ୍ୟ ତାତିରୁ ମିଳିବ ନିସ୍ତାର । ରାଜ୍ୟକୁ ଆସୁଛି ପଶ୍ଚିମା ଝଡ଼ । ବର୍ଷାରେ ଭିଜିବ ଉପାନ୍ତରୁ ଉପକୂଳ ପର୍ଯ୍ୟନ୍ତ ଅଞ୍ଚଳ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୧୫ ତାରିଖରୁ ସକ୍ରିୟ ହେବ ପଶ୍ଚିମା ଝଡ଼ । ଏହାର ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା, ଭଦ୍ରକ, ଢ଼େଙ୍କାନାଳ, ଗଜପତି ଓ କନ୍ଧମାଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ୧୬ ତାରିଖରେ ୧୩ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, କଟକ, ଯାଜପୁର, ଗଜପତି, କନ୍ଧମାଳ, ଭଦ୍ରକ, ବାଳେଶ୍ବର ଓ ମୟୂରଭଞ୍ଜରେ ପବନ ସହ ବିଜୁଳି, ଘଡଘଡି ହେବ । ଏହି ସମୟରେ ଉତ୍ତର ଓ ଉପକୂଳ ଜିଲ୍ଲା ଗୁଡ଼ିକରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି ।

୧୭ ତାରିଖରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବ । ଏହି ସମୟରେ ଘଣ୍ଟା ପ୍ରତି ୪୫ ରୁ ୫୦ କିଲୋମିଟର ବେଗରେ ପବନ ବହିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏ ନେଇ ୧୨ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି ।  ସେଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ଗଂଜାମ, ଗଜପତି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା ଓ ପୁରୀ ।

ଗତ ୨୪ ଘଣ୍ଟାରେ ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୩୮.୭ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ଵରରେ ୩୮.୨ ଡିଗ୍ରୀ ରେକର୍ଡ଼ ହୋଇଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା