ଓଡିଶା

ଷ୍ଟିୟରିଂ ଛାଡି ରାଜରାସ୍ତାରେ ଗର୍ଜୁଛନ୍ତି ଡ୍ରାଇଭର । ଦାବି ପୂରଣ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି…

ଜଟଣୀ (ପ୍ରଶାନ୍ତ କୁମାର ସାହୁ): ଷ୍ଟିୟରିଂ ଛାଡି ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା ଡ୍ରାଇଭର ମହାସଂଘ । ୧୦ ଦଫା ଦାବି ନେଇ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ମହାସଂଘ । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଡ୍ରାଇଭରଙ୍କ ପ୍ରତିବାଦ ଦେଖିବାକୁ ମିଳିଛି । ଜଟଣୀ ଡ୍ରାଇଭର ମହାସଂଘ ପକ୍ଷରୁ ବହୁ ସଂଖ୍ୟାରେ ଡ୍ରାଇଭରମାନେ ହରିଭାଇନା ଛକ ନିକଟରେ ଏକତ୍ରିତ ହୋଇ ନାରାବାଜି ସହ ପ୍ରତିବାଦ କରିଛନ୍ତି ।

ପୂର୍ବରୁ ଡ୍ରାଇଭର ମହାସଂଘ ବିଭିନ୍ନ ଦାବି ସଂପର୍କରେ ରାଜ୍ୟ ସରକାରଙ୍କୁ ଅବଗତ କରାଇଥିଲେ । କିନ୍ତୁ ଫଳପ୍ରଦ ନ ହେବାରୁ ଆଜିଠାରୁ ରାଜ୍ୟର ସବୁ ବ୍ଲକ, ସଦର ମହକୁମା ଓ କିଛି ମୁଖ୍ୟ ରାସ୍ତାରେ ଆନ୍ଦୋଳନ କରିଛି ଡ୍ରାଇଭର ମହାସଂଘ । ତେବେ ଆନ୍ଦୋଳନବେଳେ ଜରୁରୀକାଳୀନ ସେବାରେ ନିୟୋଜିତ ଯାନବାହନ ଯଥା ଆମ୍ବୁଲାନ୍ସ ସହ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ କରୁଥିବା ଗାଡ଼ିକୁ ବାଦ୍ ଦିଆଯାଇଛି । ଏପରିକି ପିଲାଙ୍କ ପରୀକ୍ଷା ଚାଲୁଥିବାରୁ ସେମାନଙ୍କୁ ନେଇ ଯାଉଥିବା ଗାଡିକୁ ମଧ୍ୟ ସଂଘ ପକ୍ଷରୁ ବାଦ୍ ଦିଆଯାଇଛି ।

ଡ୍ରାଇଭର ମହାସଂଘର ଦାବିଗୁଡିକ ହେଲା ଜନସାଧାରଣଙ୍କ ଆକ୍ରୋସର ଶିକାର ହେଉଥିବା ଡ୍ରାଇଭର ସମାଜର ସୁରକ୍ଷା ପାଇଁ ଏକ ସ୍ବତନ୍ତ୍ର ଆଇନ ତିଆରି କରାଯାଉ । ୫୫ ବର୍ଷ ପରେ ମାସକୁ ୫ ହଜାର ଟଙ୍କା ପେନସନ ଦିଆଯାଉ ।

ଡ୍ରାଇଭରଙ୍କୁ ଆବାସ ଯୋଜନାରେ ଗୃହ ନିର୍ମାଣ ପାଇଁ ୫ ଲକ୍ଷ ଟଙ୍କା ପ୍ରଦାନ, ପ୍ରତ୍ୟେକ ୧୦୦ କିମି ଅନ୍ତରରେ ଗାଡ଼ି ପାର୍କିଂ ବ୍ୟବସ୍ଥା ସହ ଡ୍ରାଇଭରଙ୍କ ନିମନ୍ତେ ବିଶ୍ରାମଗାର ଏବଂ ଶୌଚାଳୟର ବ୍ୟବସ୍ଥା । ଦୁର୍ଘଟଣାରେ ପ୍ରାଣ ହରାଉଥିବା ଡ୍ରାଇଭରଙ୍କ ପାଇଁ ୨୦ ଲକ୍ଷ ଟଙ୍କାର ବୀମା ରାଶି ଏବଂ ଦୁର୍ଘଟଣାରେ ଅକର୍ମଣ୍ୟ ହେଲେ ୧୦ ଲକ୍ଷ ଟଙ୍କାର ବୀମାରାଶି ସହିତ ଦୁର୍ଘଟଣା ଜନିତ ଚିକିତ୍ସା ପାଇଁ ଡ୍ରାଇଭରଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ବୀମା ପ୍ରଦାନ ଭଳି ୧୦ ଦାବି ଉଠାଇ ଆନ୍ଦୋଳନର ଡାକରା ଦେଇଛି ମହାସଂଘ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା