ଓଡିଶା

ସମ୍ବଲପୁରର ୬ଟି ଥାନା ଅଞ୍ଚଳରେ ଜାରି ହେଲା କର୍ଫ୍ୟୁ । ଆଉ ଦୁଇ ଦିନ ଇଣ୍ଟରନେଟ୍ ସେବା ବନ୍ଦ

ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ସମ୍ବଲପୁରରେ ଦୁଇଗୋଷ୍ଠୀ ଭିତରେ ଆରମ୍ଭ ହୋଇଥିବା ଗଣ୍ଡଗୋଳ ଏବେ ଉଗ୍ର ରୂପ ଧାରଣ କରିଛି । ଏହାକୁ ନିୟନ୍ତ୍ରଣ କରିବା ପାଇଁ ସମ୍ବଲପୁରର ୬ଟି ଥାନା ଅଞ୍ଚଳ ସମ୍ବଲପୁର ଟାଉନ୍, ଧନୁପାଲି, କ୍ଷେତରାଜପୁର, ଅଇଁଠାପାଲି, ବରେଇପାଲି ଓ ସଦର ଥାନା ଅଞ୍ଚଳରେ କର୍ଫ୍ୟୁ ଜାରି ହୋଇଛି । ଏପରିକି କର୍ଫ୍ୟୁ ସମୟରେ କୌଣସି ବ୍ୟକ୍ତିବିଶେଷଙ୍କୁ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।

ଅପରପକ୍ଷେ ସମ୍ବଲପୁର ଜିଲ୍ଲାରେ ବନ୍ଦ ଥିବା ଇଣ୍ଟରନେଟ୍ ସେବା ଅବଧିକୁ ପୁଣି ବୃଦ୍ଧି କାରାଯାଇଛି । ଆସନ୍ତା ୧୭ ତାରିଖ ଦିନ ୧୦ଟା ଯାଏଁ ଇଣ୍ଟରନେଟ୍ ସେବା ବନ୍ଦ ରହିବା ନେଇ ରାଜ୍ୟ ଗୃହବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ସମ୍ବଲପୁର ଜିଲ୍ଲାରେ ଲାଗି ରହିଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ ହୋଇଛି ।

ସକାଳ ୮ଟାରୁ ୧୦ଟା ଯାଏଁ ଏବଂ ଅପରାହ୍ନ ସାଢେ ୩ଟାରୁ ସନ୍ଧ୍ୟା ସାଢେ ୫ଟା ଯାଏଁ ଜରୁରୀ କାମର ବାହାରକୁ ବାହାରିପାରିବେ ଲୋକ । କର୍ଫ୍ୟୁ ସମୟରେ ଡାକ୍ତରଖାନା, ଔଷଧ ଦୋକାନ ଭଳି ଆତ୍ୟାବଶ୍ୟକ ସେବା ବ୍ୟତୀତ ସବୁ ବନ୍ଦ ରହିବ । ଏପରିକି ବସ୍ ଚଳାଚଳ ମଧ୍ୟ ବନ୍ଦ ରହିବ । ସେହିପରି ଟ୍ରେନ ଯାତ୍ରୀ କଟକଣା କୋହଳ ସମୟରେ ଷ୍ଟେସନକୁ ଯାଇପାରିବେ, ଅନ୍ୟ ସମୟରେ ସହର ଭିତର ଦେଇଯାଇପାରିବେ ନାହିଁ । ଏହାସହିତ ଜରୁରୀ ସ୍ୱାସ୍ଥ୍ୟ ସେବା ପାଇଁ ୨୪ ଘଣ୍ଟିଆ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି । ତେବେ ହେଲ୍ପଲାଇନ ନମ୍ବର ହେଉଛି ୭୬୫୫୮୦୦୭୬୦ ।

ସୂଚନା ଅନୁସାରେ, ଗତ ୧୨ ତାରିଖ ରାତିରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ସମ୍ବଲପୁର ସହରରେ ଦୁଇଗୋଷ୍ଠୀ ଭିତରେ ଗଣ୍ଡଗୋଳ ହୋଇଥିଲା । ପୋଲିସ୍‌ ଏହାକୁ ଅଟକାଇବାକୁ ଚେଷ୍ଟା କରିବାରୁ ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥର ମାଡ଼ କରିଥିଲେ । ଏଥିରେ ଅତିରିକ୍ତ ଏସ୍ପି ଓ ଧନୁପାଲି ଆଇଆଇସିଙ୍କ ସମେତ ୧୦ଜଣ ପୋଲିସ କର୍ମଚାରୀ ଆହତ ହୋଇଥିଲେ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା