ଓଡିଶା ଦେଶ ବିଦେଶ

ଓଡିଶାରେ ଖୋଲିଲା ସ୍କୁଲ, ସେପଟେ ପଶ୍ଚିମବଙ୍ଗରେ ହିଟୱେଭ ଯୋଗୁଁ ସପ୍ତାହ ପାଇଁ ବନ୍ଦ ହେଲା ସ୍କୁଲ…

ଆଜିଠୁ ପୁଣି ସ୍ୱାଭାବିକ ହୋଇଛି ସ୍କୁଲ । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିଥିଲେ । ଆଜି ସକାଳ ସାଢ଼େ ୬ଟାରୁ ଦିନ ୧୧ ଟା ପର୍ଯ୍ୟନ୍ତ କ୍ଲାସ୍ ହୋଇଛି । ସେହିପରି ଆଜିଠୁ ରାଜ୍ୟର ସବୁ ଅଙ୍ଗନବାଡ଼ି କେନ୍ଦ୍ରରେ ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ ପାଠ ପଢା ହୋଇଛି ।  ଅନ୍ୟପକ୍ଷରେ ସମ୍ବଲପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଉ ୨ ଦିନ ସ୍କୁଲ ବନ୍ଦ ରଖିବାକୁ କୁହାଯାଇଛି । 

ତେବେ ଓଡ଼ିଶା ସମେତ ସମଗ୍ର ଦେଶର ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ମଧ୍ୟ ବଡ଼ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସନ୍ତା ସପ୍ତାହ ଯାଏଁ ରାଜ୍ୟରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛନ୍ତି । 

କେବଳ ସରକାରୀ ନୁହେଁ, ଘରୋଇ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ମଧ୍ୟ ନିୟମ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ମମତା ପରାମର୍ଶ ଦେଇଛନ୍ତି । ଏଥିସହ ସେ ଲୋକମାନଙ୍କୁ ଅତି ଜରୁରୀ କାମ ନଥିଲେ ଦିନ ୧୨ଟାରୁ ଅପରାହ୍ନ ୪ଟା ଯାଏ ଘରୁ ନ ବାହାରିବାକୁ ପରାମର୍ଶ ଦେଇଛନ୍ତି । 

ଏପ୍ରିଲ ୧୯ ଯାଏଁ ହିଟୱେଭ ସ୍ଥିତି ଲାଗୁ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ତେଣୁ ସତର୍କତା ପଦକ୍ଷେପ ସ୍ୱରୂପ ସରକାର ଶିକ୍ଷାନୁଷ୍ଠାନ ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି । 

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା