ଓଡିଶା

କାଲିଠୁ ଗ୍ରୀଷ୍ମ ଛୁଟି । ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କଲେ ରାଜ୍ୟ ସରକାର ।

ବ୍ୟୁରୋ ରିପୋର୍ଟ : ଅସହ୍ୟ ତାତିରେ ସିଜୁଛି ସାରା ଓଡିଶା । ସକାଳ ୮ଟାରୁ ଆକାଶରୁ ନିଆଁ ବର୍ଷୁଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ରାଜ୍ୟର ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଆସନ୍ତାକାଲିଠୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରାଯାଇଛି ।

ଆଗୁଆ ଗ୍ରୀଷ୍ମକାଳୀନ ଛୁଟି ଘୋଷଣାକୁ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ପ୍ରବଳ ତାତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସ୍କୁଲ ଗୁଡ଼ିକୁ ଛୁଟି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବ କ୍ୟାଲେଣ୍ଡର ଅନୁସାରେ ଜୁନ୍‌ ୧୬ ପର୍ଯ୍ୟନ୍ତ ସ୍କୁଲ୍‌ ଛୁଟି ରହିବ । ସ୍କୁଲ ଖୋଲିବା ନେଇ ଯଦି କିଛି ପରିବର୍ତ୍ତନ ଆବଶ୍ୟକ ପଡ଼େ ପରେ ନିଷ୍ପତ୍ତି ହେବ । ବର୍ତ୍ତମାନର ନିଷ୍ପତ୍ତି ଅନୁସାରେ ଜୁନ୍‌ ୧୬ ଯାଏ ସ୍କୁଲ ବନ୍ଦ ରହିବ ।

ଅପରପକ୍ଷେ ଆଜି ମଧ୍ୟ ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାକୁ ନଜରରେ ରଖି ରାଜ୍ୟର ୬ଟି ଜିଲ୍ଲା ପାଇଁ ହିଟୱେଭ ଆଲର୍ଟ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଇଛି ମୟୂରଭଞ୍ଜ, କେନ୍ଦୁଝର, ବୌଦ୍ଧ, ସୁନ୍ଦରଗଡ, ସମ୍ବଲପୁର ଓ ସୋନପୁର ।

ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଖରା ଛୁଟି ଘୋଷଣା ହୋଇଛି। ଏବର୍ଷ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀକୁ ପାର କରିଛି। ତେଣୁ ସାଧାରଣତଃ ମେ’ ମାସରେ ହେଉଥିବା ଖରା ଛୁଟିକୁ ଏଥର ଆଗୁଆ ଘୋଷଣା କରାଯାଇଛି। 

ସୂଚନାଯୋଗ୍ୟ, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ସରକାର ଏପ୍ରିଲ ୧୨ରୁ ୧୭ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରିଥିଲେ । ପରେ ପୁଣି ୧୯ ଓ ୨୦ ତାରିଖ  ଦୁଇଦିନ ପାଇଁ ସବୁ ସ୍କୁଲକୁ  ଛୁଟି ଘୋଷଣା କରାଯାଇଥିଲା । ତେବେ ତାତିରୁ ନିସ୍ତାର ନ ମିଳିବାରୁ ଏବେ ସରକାର ଆଗୁଆ ଖରା ଛୁଟି ଘୋଷଣା କରିଛନ୍ତି । 

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା