ଜଗତସିଂହପୁରରେ ଜିଲ୍ଲା ସ୍ତରୀୟ ଖାଉଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ଖାଉଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସଦଭାବନା ସଭା ଗୃହରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜଗତସିଂହପୁର ସାଂସଦ ଡା ରାଜଶ୍ରୀ ମଲିକ, ଜିଲ୍ଲାପାଳ ପାରୁଲ ପଟୱାରୀ, ଜିଲ୍ଲା ଯୋଗାଣ ଅଧିକାରୀ ସୁଜାତା ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁ ପ୍ରମୁଖ ଉପସ୍ଥିତ ରହି ଏହି କର୍ମଶାଳାକୁ ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ଖାଉଟି କଲ୍ୟାଣର ସମସ୍ତ ସଦସ୍ୟ, ସ୍କୁଲ କଲେଜର ଛାତ୍ରଛାତ୍ରୀ, ବିଭିନ୍ନ ବିଭାଗର ଅଧିକାରୀ ଓ ଜନସାଧାରଣମାନେ ଉପସ୍ଥିତ ରହି ଖାଉଟି ସଚେତନତା କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ । ପରେ ଖାଉଟି ସଚେତନତା ସମ୍ପର୍କରେ ବିଭିନ୍ନ ବିଦ୍ୟାଳୟମାନଙ୍କରେ ଆୟୋଜିତ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।
ରିପୋର୍ଟ : ଜଗତସିଂହପୁରରୁ ରୀତା ସାହୁ