ଓଡିଶା

ଶପଥ ନେଲେ ନୂଆ ମନ୍ତ୍ରୀ । ଟାର୍ଗେଟରେ ମୟୂରଭଞ୍ଜ, ଗଞ୍ଜାମ ଓ ସୁନ୍ଦରଗଡ଼

ଆଜି ଶପଥ ନେଇଛନ୍ତି ତିନି ନୂଆ ମନ୍ତ୍ରୀ । ରାଜ୍ୟରେ ଖାଲି ପଡ଼ିଥିବା ମନ୍ତ୍ରୀ ପଦକୁ ନେଇ ଗତ କିଛି ଦିନ ଧରି ଲାଗି ରହିଥିବା ଚର୍ଚ୍ଚାରେ ଆଜି ପୂର୍ଣ୍ଣଛେଦ ପଡିଛି । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ୩ ବିଧାୟକ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶ ଲାଲ ଏହି ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

ବିକ୍ରମ କେଶରୀ ଆରୁଖ, ସାରଦା ନାୟକ, ସୁଦାମ ମାର୍ଣ୍ଡି କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ନୂତନ ମନ୍ତ୍ରୀ ମଣ୍ଡଳ ଗଠନ ହୋଇଥିବା ନେଇ ଚର୍ଚ୍ଚା ଜୋର ଧରିଛି । ତିନି ପ୍ରମୁଖ ଜିଲ୍ଲା ମୟୂରଭଞ୍ଜ, ଗଞ୍ଜାମ ଓ ସୁନ୍ଦରଗଡ଼ରେ ଦଳର ସଙ୍ଗଠନକୁ ଅଧିକ ମଜବୁତ କରିବାକୁ ଦଳ ପକ୍ଷରୁ ଏପରି ରଣନୀତି ପ୍ରସ୍ତୁତ କରାଯାଇଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି । ତେବେ କିଏ ବାଚସ୍ପତି ପଦ ସମ୍ଭାଳିବେ ତାହା ଏବେ ବି ସସପେନ୍ସ ରହିଛି ।

ଗତ ୧୨ ତାରିଖରେ ବାଚସ୍ପତି ପଦରୁ ଅଚାନକ ଇସ୍ତଫା ଦେଇଥିଲେ ବିକ୍ରମ କେଶରୀ ଆରୁଖ । ଏହାର କିଛି ସମୟ ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ଶ୍ରମମନ୍ତ୍ରୀ ପଦରୁ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ । ଏହା ପରଠୁ ନୂଆ ମନ୍ତ୍ରୀ କିଏ ହେବେ, ସେ ନେଇ ଉଭୟ ନେତା ଓ କର୍ମୀଙ୍କ ମଧ୍ୟରେ ଉତ୍କଣ୍ଠା ଜାରି ରହିଥିଲା ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା